ପରମ ଗୀତ 5

ହେ ନାରୀଗଣ ମଧ୍ୟରେ ପରମାସୁନ୍ଦରୀ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ? ତୁମ୍ଭେ ଯେ ଆମ୍ଭମାନଙ୍କୁ ଶପଥ ଦେଉଅଛ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ?

Song of Solomon 5:9 (UKJV) What is your beloved more than another beloved, O you fairest among women? what is your beloved more than another beloved, that you do so charge us?

7ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ, ସେମାନେ ମୋତେ ପ୍ରହାର କଲେ, ସେମାନେ ମୋତେ କ୍ଷତବିକ୍ଷତ କଲେ। ପ୍ରାଚୀର-ରକ୍ଷକମାନେ ମୋʼ ଠାରୁ ମୋହର ଆଚ୍ଛାଦନ ବସ୍ତ୍ର କାଢ଼ି ନେଇଗଲେ।

8ହେ ଯିରୂଶାଲମର କନ୍ୟାଗଣ, ଯେବେ ତୁମ୍ଭେମାନେ ମୋʼ ପ୍ରିୟତମଙ୍କର ଦେଖା ପାଇବ, ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, ମୁଁ ପ୍ରେମପୀଡ଼ିତା ବୋଲି ତୁମ୍ଭେମାନେ ତାଙ୍କୁ କହିବ।

9ହେ ନାରୀଗଣ ମଧ୍ୟରେ ପରମାସୁନ୍ଦରୀ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ? ତୁମ୍ଭେ ଯେ ଆମ୍ଭମାନଙ୍କୁ ଶପଥ ଦେଉଅଛ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ?

10ମୋହର ପ୍ରିୟତମ ଶ୍ଵେତ ଓ ରକ୍ତବର୍ଣ୍ଣ, ଦଶ ସହସ୍ର ମଧ୍ୟରେ ପ୍ରଧାନ।

11ତାଙ୍କର ମସ୍ତକ ଶୁଦ୍ଧ ସୁବର୍ଣ୍ଣ ତୁଲ୍ୟ, ତାଙ୍କର କେଶ କୁଞ୍ଚିତ ଓ ଡାମରା କାଉ ତୁଲ୍ୟ କୃଷ୍ଣବର୍ଣ୍ଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.