11ମୁଁ ଉପତ୍ୟକାର ନବୀନ ବୃକ୍ଷସବୁ ଦେଖିବାକୁ, ଦ୍ରାକ୍ଷାଲତା ପଲ୍ଲବିତ ହୋଇଅଛି କି ନାହିଁ ଓ ଡାଳିମ୍ବ ଫୁଲ ଧରିଅଛି କି ନାହିଁ, ଦେଖିବାକୁ ଆକ୍ରୋଟ୍ ଉଦ୍ୟାନକୁ ଗଲି।
12ମୁଁ ଜ୍ଞାତ ହେବା ପୂର୍ବେ ମୋହର ପ୍ରାଣ ମୋʼ ରାଜକୀୟ ଲୋକମାନଙ୍କ ରଥ ମଧ୍ୟରେ ମୋତେ ରଖିଲା।
13ହେ ଶୂଲମିୟେ, ଫେର, ଫେର; ଆମ୍ଭେମାନେ ତୁମ୍ଭକୁ ଦେଖିବା, ଫେର, ଫେର। ମହନୟିମସ୍ଥ ନୃତ୍ୟକୁ ଯେପରି, ସେପରି କାହିଁକି ତୁମ୍ଭେମାନେ ଶୂଲମିୟାକୁ ଅନାଇବ?