1ହେ ନାରୀଗଣ ମଧ୍ୟରେ ପରମସୁନ୍ଦରୀ, ତୁମ୍ଭର ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି? ତୁମ୍ଭ ସଙ୍ଗେ ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ତୁମ୍ଭ ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି କୁହ?
2ମୋହର ପ୍ରିୟତମ ଆପଣା ଉଦ୍ୟାନକୁ, ସୁଗନ୍ଧି ଲତାର କିଆରିକୁ, ଉଦ୍ୟାନସମୂହରେ (ପଲ) ଚରାଇବାକୁ ଓ କଇଁଫୁଲ ସଂଗ୍ରହ କରିବାକୁ ଯାଇଅଛନ୍ତି।
3ମୁଁ ଆପଣା ପ୍ରିୟତମଙ୍କର ଓ ମୋʼ ପ୍ରିୟତମ ମୋହର; ସେ କଇଁଫୁଲ ବନରେ ଆପଣା ପଲ ଚରାନ୍ତି।
4ହେ ମୋହର ପ୍ରିୟେ, ତୁମ୍ଭେ ତିର୍ସା ପରି ସୁନ୍ଦରୀ, ଯିରୂଶାଲମ ପରି ଶୋଭାବତୀ, ଧ୍ୱଜାଧାରୀ ସୈନ୍ୟ ପରି ଭୟଙ୍କରୀ।
5ତୁମ୍ଭେ ମୋʼ ଆଡ଼ୁ ଆପଣା ଆଖି ଫେରାଅ, କାରଣ ତଦ୍ଦ୍ୱାରା ମୁଁ ପରାସ୍ତ ହୋଇଅଛି। ତୁମ୍ଭର କେଶ ଗିଲୀୟଦ ପାର୍ଶ୍ୱରେ ଆରାମକାରୀ ଛେଳିପଲ ତୁଲ୍ୟ।