ପରମ ଗୀତ 6

ତୁମ୍ଭ ଓଢ଼ଣା ତଳେ ତୁମ୍ଭର ଗାଲ ଡାଳିମ୍ବଖଣ୍ଡ ସଦୃଶ।

Song of Solomon 6:7 (UKJV) As a piece of a pomegranate are your temples within your locks.

5ତୁମ୍ଭେ ମୋʼ ଆଡ଼ୁ ଆପଣା ଆଖି ଫେରାଅ, କାରଣ ତଦ୍ଦ୍ୱାରା ମୁଁ ପରାସ୍ତ ହୋଇଅଛି। ତୁମ୍ଭର କେଶ ଗିଲୀୟଦ ପାର୍ଶ୍ୱରେ ଆରାମକାରୀ ଛେଳିପଲ ତୁଲ୍ୟ।

6ତୁମ୍ଭର ଦନ୍ତ-ପଂକ୍ତି ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ।

7ତୁମ୍ଭ ଓଢ଼ଣା ତଳେ ତୁମ୍ଭର ଗାଲ ଡାଳିମ୍ବଖଣ୍ଡ ସଦୃଶ।

8ଷାଠିଏ ରାଣୀ ଓ ଅଶୀ ଉପପତ୍ନୀ ଓ ଅସଂଖ୍ୟ ଯୁବତୀ ଅଛନ୍ତି।

9ମାତ୍ର ମୋʼ କପୋତୀ, ମୋʼ ଶୁଦ୍ଧମତି ଅଦ୍ୱିତୀୟା; ସେ ଆପଣା ମାତାର ଏକମାତ୍ର; ସେ ଆପଣା ଗର୍ଭଧାରିଣୀର ମନୋନୀତା। କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ; ହଁ, ରାଣୀ ଓ ଉପପତ୍ନୀଗଣ ତାହାକୁ ପ୍ରଶଂସା କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.