ପରମ ଗୀତ 6

ଷାଠିଏ ରାଣୀ ଓ ଅଶୀ ଉପପତ୍ନୀ ଓ ଅସଂଖ୍ୟ ଯୁବତୀ ଅଛନ୍ତି।

Song of Solomon 6:8 (UKJV) There are threescore queens, and fourscore concubines, and virgins without number.

6ତୁମ୍ଭର ଦନ୍ତ-ପଂକ୍ତି ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ।

7ତୁମ୍ଭ ଓଢ଼ଣା ତଳେ ତୁମ୍ଭର ଗାଲ ଡାଳିମ୍ବଖଣ୍ଡ ସଦୃଶ।

8ଷାଠିଏ ରାଣୀ ଓ ଅଶୀ ଉପପତ୍ନୀ ଓ ଅସଂଖ୍ୟ ଯୁବତୀ ଅଛନ୍ତି।

9ମାତ୍ର ମୋʼ କପୋତୀ, ମୋʼ ଶୁଦ୍ଧମତି ଅଦ୍ୱିତୀୟା; ସେ ଆପଣା ମାତାର ଏକମାତ୍ର; ସେ ଆପଣା ଗର୍ଭଧାରିଣୀର ମନୋନୀତା। କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ; ହଁ, ରାଣୀ ଓ ଉପପତ୍ନୀଗଣ ତାହାକୁ ପ୍ରଶଂସା କଲେ।

10ଏହି ଯେ ଅରୁଣ ତୁଲ୍ୟ ଉଦୀୟମାନା, ଚନ୍ଦ୍ରମା ତୁଲ୍ୟ ସୁନ୍ଦରୀ, ସୂର୍ଯ୍ୟ ତୁଲ୍ୟ ବିଶୁଦ୍ଧା, ଧ୍ୱଜାବିଶିଷ୍ଟ ସୈନ୍ୟ ତୁଲ୍ୟ ଭୟଙ୍କରୀ, ସେ କିଏ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.