ପରମ ଗୀତ 7

ମୁଁ ଆପଣା ପ୍ରିୟତମଙ୍କର ଓ ତାଙ୍କର ବାସନା ମୋʼ ପ୍ରତି ଅଛି।

Song of Solomon 7:10 (UKJV) I am my beloved's, and his desire is toward me.

8ମୁଁ କହିଲି, “ମୁଁ ଖର୍ଜ୍ଜୁର ବୃକ୍ଷ ଆରୋହଣ କରିବି, ମୁଁ ତହିଁର ବାହୁଙ୍ଗା ଧରିବି;” ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ ହେଉ; ପୁଣି, ତୁମ୍ଭ ନିଶ୍ୱାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ;

9ତୁମ୍ଭର ମୁଖ ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ, ତାହା ମୋʼ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ, ପୁଣି ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ ଧୀରେ ଧୀରେ ଚାଲିଯାଏ।

10ମୁଁ ଆପଣା ପ୍ରିୟତମଙ୍କର ଓ ତାଙ୍କର ବାସନା ମୋʼ ପ୍ରତି ଅଛି।

11ଆସ, ମୋʼ ପ୍ରିୟତମ, ଆମ୍ଭେମାନେ କ୍ଷେତ୍ରକୁ ଯାଉ; ଆମ୍ଭେମାନେ ପଲ୍ଲୀଗ୍ରାମରେ କାଳ କ୍ଷେପଣ କରୁ।

12ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ; ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ପୁଟିତ ଓ ଡାଳିମ୍ବ ପୁଷ୍ପିତ ହୋଇଅଛି କି ନାହିଁ, ତାହା ଦେଖୁ; ସେଠାରେ ମୁଁ ତୁମ୍ଭକୁ ଆପଣା ପ୍ରେମ ପ୍ରଦାନ କରିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.