ପରମ ଗୀତ 7

ତୁମ୍ଭର ସ୍ତନଯୁଗଳ ହରିଣୀର ଯାଆଁଳା ଛୁଆ ତୁଲ୍ୟ।

Song of Solomon 7:3 (UKJV) Your two breasts are like two young roes that are twins.

1ହେ ରାଜକନ୍ୟେ, ପାଦୁକାରେ ତୁମ୍ଭ ଚରଣ କିପରି ସୁନ୍ଦର। ତୁମ୍ଭର କଟିମଣ୍ଡଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରତ୍ନହାର ସ୍ୱରୂପ।

2ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବର୍ତ୍ତୁଳ ତାଟିଆ ତୁଲ୍ୟ; ତୁମ୍ଭର ଉଦର କଇଁଫୁଲ-ମଣ୍ଡିତ ଗହମରାଶି ତୁଲ୍ୟ।

3ତୁମ୍ଭର ସ୍ତନଯୁଗଳ ହରିଣୀର ଯାଆଁଳା ଛୁଆ ତୁଲ୍ୟ।

4ତୁମ୍ଭର ଗଳଦେଶ ଗଜଦନ୍ତମୟ ଦୁର୍ଗ ସଦୃଶ; ତୁମ୍ଭ ନେତ୍ରଯୁଗଳ ବେଥ୍‍-ରବ୍ବୀମ ନଗର-ଦ୍ୱାର ନିକଟସ୍ଥ ହିଷ୍‍ବୋନ ସରୋବର ସଦୃଶ; ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ୟ।

5ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ, ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ; ତହିଁର ବେଣୀ-ପାଶରେ ରାଜା ବନ୍ଦୀ ରୂପେ ଧୃତ ଅଟନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.