ପରମ ଗୀତ 8

ମୁଁ ପ୍ରାଚୀର ସ୍ୱରୂପା ଓ ମୋହର ସ୍ତନ ତହିଁର ଦୁର୍ଗ ସ୍ୱରୂପ; ସେହି ସମୟରେ ତାଙ୍କ ଦୃଷ୍ଟିରେ ମୁଁ ଶାନ୍ତିପ୍ରାପ୍ତାର ତୁଲ୍ୟ ଥିଲି।

Song of Solomon 8:10 (UKJV) I am a wall, and my breasts like towers: then was I in his eyes as one that found favour.

8ଆମ୍ଭମାନଙ୍କର ଗୋଟିଏ ସାନ ଭଗିନୀ ଅଛି, ତାହାର ସ୍ତନ ହୋଇ ନାହିଁ; ଲୋକେ ଆମ୍ଭମାନଙ୍କ ଭଗିନୀକୁ ମାଗିବା ଦିନରେ ଆମ୍ଭେମାନେ ତାହା ପାଇଁ କଅଣ କରିବା?

9ଯଦି ସେ ପ୍ରାଚୀର ସ୍ୱରୂପା ହୁଏ, ତେବେ ଆମ୍ଭେମାନେ ତାହା ଉପରେ ରୂପାର ଦୁର୍ଗ ନିର୍ମାଣ କରିବା; ଆଉ, ଯଦି ସେ ଦ୍ୱାର ସ୍ୱରୂପା ହୁଏ, ତେବେ ଆମ୍ଭେମାନେ ଏରସ ପଟାରେ ତାହାକୁ ଆବରଣ କରିବା।

10ମୁଁ ପ୍ରାଚୀର ସ୍ୱରୂପା ଓ ମୋହର ସ୍ତନ ତହିଁର ଦୁର୍ଗ ସ୍ୱରୂପ; ସେହି ସମୟରେ ତାଙ୍କ ଦୃଷ୍ଟିରେ ମୁଁ ଶାନ୍ତିପ୍ରାପ୍ତାର ତୁଲ୍ୟ ଥିଲି।

11ବାଲ-ହାମୋନରେ ଶଲୋମନଙ୍କର ଏକ ଦ୍ରାକ୍ଷାକ୍ଷେତ୍ର ଥିଲା; ସେ ରକ୍ଷକମାନଙ୍କୁ ତାହା ଭଡ଼ା ଦେଇଥିଲେ; ପ୍ରତ୍ୟେକ ରକ୍ଷକକୁ ତହିଁର ଫଳ ପାଇଁ ଏକ ଏକ ସହସ୍ର ରୂପା ମୁଦ୍ରା ଦେବାକୁ ପଡ଼ିଲା।

12ମୋହର ଦ୍ରାକ୍ଷାକ୍ଷେତ୍ର ମୋʼ ସମ୍ମୁଖରେ ଅଛି; ହେ ଶଲୋମନ, ସେହି ସହସ୍ର ମୁଦ୍ରା ତୁମ୍ଭେ ପାଇବ ଓ ତହିଁର ଫଳରକ୍ଷକମାନେ ଦୁଇ ଶତ ମୁଦ୍ରା ପାଇବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.