ପରମ ଗୀତ 8

ହେ ଉପବନବାସିନୀ, ମିତ୍ରଗଣ ତୁମ୍ଭର ରବ ଶୁଣନ୍ତି; ତାହା ମୋତେ ଶ୍ରବଣ କରାଅ।

Song of Solomon 8:13 (UKJV) You that dwell in the gardens, the companions hearken to your voice: cause me to hear it.

11ବାଲ-ହାମୋନରେ ଶଲୋମନଙ୍କର ଏକ ଦ୍ରାକ୍ଷାକ୍ଷେତ୍ର ଥିଲା; ସେ ରକ୍ଷକମାନଙ୍କୁ ତାହା ଭଡ଼ା ଦେଇଥିଲେ; ପ୍ରତ୍ୟେକ ରକ୍ଷକକୁ ତହିଁର ଫଳ ପାଇଁ ଏକ ଏକ ସହସ୍ର ରୂପା ମୁଦ୍ରା ଦେବାକୁ ପଡ଼ିଲା।

12ମୋହର ଦ୍ରାକ୍ଷାକ୍ଷେତ୍ର ମୋʼ ସମ୍ମୁଖରେ ଅଛି; ହେ ଶଲୋମନ, ସେହି ସହସ୍ର ମୁଦ୍ରା ତୁମ୍ଭେ ପାଇବ ଓ ତହିଁର ଫଳରକ୍ଷକମାନେ ଦୁଇ ଶତ ମୁଦ୍ରା ପାଇବେ।

13ହେ ଉପବନବାସିନୀ, ମିତ୍ରଗଣ ତୁମ୍ଭର ରବ ଶୁଣନ୍ତି; ତାହା ମୋତେ ଶ୍ରବଣ କରାଅ।

14ହେ ମୋହର ପ୍ରିୟତମ, ଚଞ୍ଚଳ ହୁଅ, ସୁଗନ୍ଧିମୟ ପର୍ବତଶ୍ରେଣୀ ଉପରେ ତୁମ୍ଭେ ମୃଗ ବା ହରିଣଶାବକ ତୁଲ୍ୟ ହୁଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.