1ଆହା, ଯେ ମୋʼ ମାତାଙ୍କର ସ୍ତନ୍ୟପାନ କରିଅଛି, ଏପରି ମୋʼ ସହୋଦର ତୁଲ୍ୟ ଯେବେ ତୁମ୍ଭେ ହୁଅନ୍ତ! ତେବେ ମୁଁ ତୁମ୍ଭକୁ ବାହାରେ ଦେଖିଲେ, ତୁମ୍ଭକୁ ଚୁମ୍ବନ ଦିଅନ୍ତି; ଆଉ, କେହି ମୋତେ ତୁଚ୍ଛ କରନ୍ତା ନାହିଁ।
2ମୁଁ ତୁମ୍ଭକୁ ପଥ କଢ଼ାଇ ଆପଣା ମାତାଙ୍କ ଗୃହକୁ ଘେନି ଆସନ୍ତି, ସେ ମୋତେ ଶିକ୍ଷା ଦିଅନ୍ତେ; ମୁଁ ତୁମ୍ଭକୁ ସୁଗନ୍ଧି ମିଶ୍ରିିତ ଦ୍ରାକ୍ଷାରସ, ମୋହର ଡାଳିମ୍ବରସ ପାନ କରାନ୍ତି।
3ତାଙ୍କ ବାମ ହସ୍ତ ମୋʼ ମସ୍ତକ ତଳେ ରହିବ ଓ ତାଙ୍କ ଡାହାଣ ହସ୍ତ ମୋତେ ଆଲିଙ୍ଗନ କରିବ।
4ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜିତ କର ନାହିଁ।