ପରମ ଗୀତ 8

ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜିତ କର ନାହିଁ।

Song of Solomon 8:4 (UKJV) I charge you, O daughters of Jerusalem, that all of you stir not up, nor awake my love, until he please.

2ମୁଁ ତୁମ୍ଭକୁ ପଥ କଢ଼ାଇ ଆପଣା ମାତାଙ୍କ ଗୃହକୁ ଘେନି ଆସନ୍ତି, ସେ ମୋତେ ଶିକ୍ଷା ଦିଅନ୍ତେ; ମୁଁ ତୁମ୍ଭକୁ ସୁଗନ୍ଧି ମିଶ୍ରିିତ ଦ୍ରାକ୍ଷାରସ, ମୋହର ଡାଳିମ୍ବରସ ପାନ କରାନ୍ତି।

3ତାଙ୍କ ବାମ ହସ୍ତ ମୋʼ ମସ୍ତକ ତଳେ ରହିବ ଓ ତାଙ୍କ ଡାହାଣ ହସ୍ତ ମୋତେ ଆଲିଙ୍ଗନ କରିବ।

4ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜିତ କର ନାହିଁ।

5ଆପଣା ପ୍ରିୟତମଙ୍କ ଉପରେ ଆଉଜିପଡ଼ି ପ୍ରାନ୍ତରରୁ ଆସୁଅଛି ଯେ, ସେ କିଏ? ନାଗରଙ୍ଗ ବୃକ୍ଷ ତଳେ ମୁଁ ତୁମ୍ଭକୁ ଜଗାଇଲି; ସେଠାରେ ତୁମ୍ଭ ମାତା ତୁମ୍ଭ ପାଇଁ ପ୍ରସବ ବେଦନାଗ୍ରସ୍ତା ହେଲେ, ସେଠାରେ ସେ ପ୍ରସବ ବେଦନାଗ୍ରସ୍ତା ହୋଇ ତୁମ୍ଭକୁ ପ୍ରସବ କଲେ।

6ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ, ମୋହର ତୁଲ୍ୟ ଆପଣା ବାହୁରେ ଧାରଣ କର; କାରଣ ପ୍ରେମ ମୃତ୍ୟୁୁ ପରି ବଳବାନ; ଅନ୍ତର୍ଜ୍ୱାଳା ପାତାଳ ପରି ଦୃଢ଼; ତହିଁର ଶିଖା ଅଗ୍ନିଶିଖା, ଅତି ଭୟଙ୍କର ଅଗ୍ନିଶିଖା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.