ତୀତସ 1

କାରଣ ଅନେକେ ଅବାଧ୍ୟ ଲୋକ, ଅସାର ବାକ୍ୟବାଦୀ ଓ ପ୍ରବଞ୍ଚକ ଅଛନ୍ତି, ବିଶେଷରେ ସୁନ୍ନତ ପ୍ରାପ୍ତ ଲୋକମାନଙ୍କ ମଧ୍ୟରେ ଅଛନ୍ତି;

Titus 1:10 (UKJV) For there are many unruly and vain talkers and deceivers, specially they of the circumcision:

8ଉତ୍ତମ ବିଷୟର ଅନୁରାଗୀ, ସୁବୁଦ୍ଧି, ନ୍ୟାୟ-ପରାୟଣ, ସାଧୁ ଓ ମିତାଚାରୀ ହେଉନ୍ତୁ,

9ପୁଣି, ଯେପରି ସେ ହିତଜନକ ଶିକ୍ଷା ଦେଇ ଉତ୍ସାହ ଦେବାକୁ ଓ ବିପକ୍ଷବାଦୀମାନଙ୍କୁ ଅନୁଯୋଗ କରିବାକୁ ସକ୍ଷମ ହୁଅନ୍ତି, ଏଥିନିମନ୍ତେ ପ୍ରାପ୍ତ ଶିକ୍ଷାନୁଯାୟୀ ବିଶ୍ୱାସଯୋଗ୍ୟ ବାକ୍ୟକୁ ଦୃଢ ଭାବରେ ଧରନ୍ତୁ।

10କାରଣ ଅନେକେ ଅବାଧ୍ୟ ଲୋକ, ଅସାର ବାକ୍ୟବାଦୀ ଓ ପ୍ରବଞ୍ଚକ ଅଛନ୍ତି, ବିଶେଷରେ ସୁନ୍ନତ ପ୍ରାପ୍ତ ଲୋକମାନଙ୍କ ମଧ୍ୟରେ ଅଛନ୍ତି;

11ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ। ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି।

12ସେମାନଙ୍କର ଜଣେ ସ୍ୱଜାତୀୟ ଭାବବାଦୀ କହିଅଛନ୍ତି, କ୍ରୀତୀବାସୀମାନେ ସର୍ବଦା ମିଥ୍ୟାବାଦୀ, ହିଂସକ ପଶୁ ତୁଲ୍ୟ ଓ ଅଳସୁଆ ପେଟୁକ ଅଟନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.