10କାରଣ ଅନେକେ ଅବାଧ୍ୟ ଲୋକ, ଅସାର ବାକ୍ୟବାଦୀ ଓ ପ୍ରବଞ୍ଚକ ଅଛନ୍ତି, ବିଶେଷରେ ସୁନ୍ନତ ପ୍ରାପ୍ତ ଲୋକମାନଙ୍କ ମଧ୍ୟରେ ଅଛନ୍ତି;
11ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ। ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି।
12ସେମାନଙ୍କର ଜଣେ ସ୍ୱଜାତୀୟ ଭାବବାଦୀ କହିଅଛନ୍ତି, କ୍ରୀତୀବାସୀମାନେ ସର୍ବଦା ମିଥ୍ୟାବାଦୀ, ହିଂସକ ପଶୁ ତୁଲ୍ୟ ଓ ଅଳସୁଆ ପେଟୁକ ଅଟନ୍ତି।
13ଏହି ଉକ୍ତିଟି ସତ୍ୟ। ଏଣୁ ସେମାନେ ଯେପରି ଯିହୁଦୀମାନଙ୍କ କଳ୍ପିତ ଗଳ୍ପ ପୁଣି, ସତ୍ୟରୁ ବିମୁଖ ହୋଇଥିବା ଲୋକମାନଙ୍କ ବାକ୍ୟ ପ୍ରତି ମନୋଯୋଗୀ ନ ହୋଇ ବିଶ୍ୱାସରେ ସବଳ ହୁଅନ୍ତି,
14ଏଥିପାଇଁ ସେମାନଙ୍କୁ ଦୃଢ ରୂପେ ଅନୁଯୋଗ କର।