12ସେମାନଙ୍କର ଜଣେ ସ୍ୱଜାତୀୟ ଭାବବାଦୀ କହିଅଛନ୍ତି, କ୍ରୀତୀବାସୀମାନେ ସର୍ବଦା ମିଥ୍ୟାବାଦୀ, ହିଂସକ ପଶୁ ତୁଲ୍ୟ ଓ ଅଳସୁଆ ପେଟୁକ ଅଟନ୍ତି।
13ଏହି ଉକ୍ତିଟି ସତ୍ୟ। ଏଣୁ ସେମାନେ ଯେପରି ଯିହୁଦୀମାନଙ୍କ କଳ୍ପିତ ଗଳ୍ପ ପୁଣି, ସତ୍ୟରୁ ବିମୁଖ ହୋଇଥିବା ଲୋକମାନଙ୍କ ବାକ୍ୟ ପ୍ରତି ମନୋଯୋଗୀ ନ ହୋଇ ବିଶ୍ୱାସରେ ସବଳ ହୁଅନ୍ତି,
14ଏଥିପାଇଁ ସେମାନଙ୍କୁ ଦୃଢ ରୂପେ ଅନୁଯୋଗ କର।
15ଶୁଚି ଲୋକମାନଙ୍କ ନିମନ୍ତେ ସମସ୍ତ ହିଁ ଶୁଚି; କିନ୍ତୁ କଳୁଷିତ ଓ ଅବିଶ୍ୱାସୀମାନଙ୍କ ନିମନ୍ତେ କୌଣସି ବିଷୟ ଶୁଚି ନୁହେଁ। ବରଂ ସେମାନଙ୍କ ମନ ଓ ବିବେକ ଉଭୟ ହିଁ କଳୁଷିତ।
16ସେମାନେ ଈଶ୍ବରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି, କିନ୍ତୁ ସେମାନେ ଆପଣା କର୍ମ ଦ୍ୱାରା ତାହାଙ୍କୁ ଅସ୍ବୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ।