ତୀତସ 1

ପିତା ଈଶ୍ବର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ।

Titus 1:4 (UKJV) To Titus, mine own son after the common faith: Grace, mercy, and peace, from God the Father and the Lord Jesus Christ our Saviour.

2ଈଶ୍ବରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥିନିମନ୍ତେ ମୁଁ ପ୍ରେରିତ ହୋଇଅଛି;

3ସେହି ଅନନ୍ତ ଜୀବନ ସତ୍ୟ ଈଶ୍ବର, ଅନାଦିକାଳ ପୂର୍ବେ ପ୍ରତିଜ୍ଞା କରି ଯଥା ସମୟରେ ଆପଣା ବାକ୍ୟ ପ୍ରଚାର ଦ୍ୱାରା ପ୍ରକାଶ କଲେ; ସେହି ବାକ୍ୟ ପ୍ରଚାର କରିବାର ଭାର ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଆଜ୍ଞାନୁସାରେ ମୋʼ ଠାରେ ସମର୍ପିତ ହୋଇଅଛି।

4ପିତା ଈଶ୍ବର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ।

5ମୋହର ଆଦେଶାନୁସାରେ ଅସମ୍ପୂର୍ଣ୍ଣ କାର୍ଯ୍ୟସବୁ ସମ୍ପୂର୍ଣ୍ଣ କରିବାକୁ ପୁଣି, ପ୍ରତ୍ୟେକ ନଗରରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରିବାକୁ ମୁଁ କ୍ରୀତୀରେ ତୁମ୍ଭକୁ ଛାଡ଼ି ଆସିଲି;

6ଯେଉଁ ବ୍ୟକ୍ତି ନିର୍ଦ୍ଦୋଷ ଓ ଏକ ସ୍ତ୍ରୀର ସ୍ୱାମୀ, ଯାହାଙ୍କ ସନ୍ତାନମାନେ ବିଶ୍ୱାସୀ ଅଟନ୍ତି ଓ କଦାଚରଣ କିମ୍ବା ଅବାଧ୍ୟ ନୁହଁନ୍ତି, ତାହାଙ୍କୁ ନିଯୁକ୍ତ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.