3ସେହି ଅନନ୍ତ ଜୀବନ ସତ୍ୟ ଈଶ୍ବର, ଅନାଦିକାଳ ପୂର୍ବେ ପ୍ରତିଜ୍ଞା କରି ଯଥା ସମୟରେ ଆପଣା ବାକ୍ୟ ପ୍ରଚାର ଦ୍ୱାରା ପ୍ରକାଶ କଲେ; ସେହି ବାକ୍ୟ ପ୍ରଚାର କରିବାର ଭାର ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଆଜ୍ଞାନୁସାରେ ମୋʼ ଠାରେ ସମର୍ପିତ ହୋଇଅଛି।
4ପିତା ଈଶ୍ବର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ।
5ମୋହର ଆଦେଶାନୁସାରେ ଅସମ୍ପୂର୍ଣ୍ଣ କାର୍ଯ୍ୟସବୁ ସମ୍ପୂର୍ଣ୍ଣ କରିବାକୁ ପୁଣି, ପ୍ରତ୍ୟେକ ନଗରରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରିବାକୁ ମୁଁ କ୍ରୀତୀରେ ତୁମ୍ଭକୁ ଛାଡ଼ି ଆସିଲି;
6ଯେଉଁ ବ୍ୟକ୍ତି ନିର୍ଦ୍ଦୋଷ ଓ ଏକ ସ୍ତ୍ରୀର ସ୍ୱାମୀ, ଯାହାଙ୍କ ସନ୍ତାନମାନେ ବିଶ୍ୱାସୀ ଅଟନ୍ତି ଓ କଦାଚରଣ କିମ୍ବା ଅବାଧ୍ୟ ନୁହଁନ୍ତି, ତାହାଙ୍କୁ ନିଯୁକ୍ତ କର।
7କାରଣ ଅଧ୍ୟକ୍ଷ, ଈଶ୍ବରଙ୍କ ବେବର୍ତ୍ତା ସ୍ୱରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦ-ପ୍ରିୟ କି କୁତ୍ସିତ ଧନଲୋଭର ଅଭିଳାଷୀ ନ ହୋଇ ଅାତିଥ୍ୟପ୍ରିୟ,