4ପିତା ଈଶ୍ବର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ।
5ମୋହର ଆଦେଶାନୁସାରେ ଅସମ୍ପୂର୍ଣ୍ଣ କାର୍ଯ୍ୟସବୁ ସମ୍ପୂର୍ଣ୍ଣ କରିବାକୁ ପୁଣି, ପ୍ରତ୍ୟେକ ନଗରରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରିବାକୁ ମୁଁ କ୍ରୀତୀରେ ତୁମ୍ଭକୁ ଛାଡ଼ି ଆସିଲି;
6ଯେଉଁ ବ୍ୟକ୍ତି ନିର୍ଦ୍ଦୋଷ ଓ ଏକ ସ୍ତ୍ରୀର ସ୍ୱାମୀ, ଯାହାଙ୍କ ସନ୍ତାନମାନେ ବିଶ୍ୱାସୀ ଅଟନ୍ତି ଓ କଦାଚରଣ କିମ୍ବା ଅବାଧ୍ୟ ନୁହଁନ୍ତି, ତାହାଙ୍କୁ ନିଯୁକ୍ତ କର।
7କାରଣ ଅଧ୍ୟକ୍ଷ, ଈଶ୍ବରଙ୍କ ବେବର୍ତ୍ତା ସ୍ୱରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦ-ପ୍ରିୟ କି କୁତ୍ସିତ ଧନଲୋଭର ଅଭିଳାଷୀ ନ ହୋଇ ଅାତିଥ୍ୟପ୍ରିୟ,
8ଉତ୍ତମ ବିଷୟର ଅନୁରାଗୀ, ସୁବୁଦ୍ଧି, ନ୍ୟାୟ-ପରାୟଣ, ସାଧୁ ଓ ମିତାଚାରୀ ହେଉନ୍ତୁ,