4ଈଶ୍ଵରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ, ଏଥିନିମନ୍ତେ ସେମାନେ ଯୁବତୀମାନଙ୍କୁ ପତିବ୍ରତା,
5ସନ୍ତାନବତ୍ସଳା, ଆତ୍ମସଂଯମୀ, ସତୀ, ସୁଗୃହିଣୀ, ସୁଶୀଳା ଓ ଆପଣା ଆପଣା ସ୍ୱାମୀର ବଶୀଭୂତା ହେବାକୁ ଶିକ୍ଷା ଦିଅନ୍ତୁ।
6ସେହିପରି ଯୁବକମାନଙ୍କୁ ସର୍ବ ବିଷୟରେ ସୁବୁଦ୍ଧି ହେବା ପାଇଁ ଉତ୍ସାହ ଦିଅ;
7ତୁମ୍ଭେ ନିଜେ ଆପଣା ଆଚରଣରେ ସତ୍କର୍ମର ଆଦର୍ଶ ଦେଖାଅ, ଶିକ୍ଷାରେ ନିଷ୍କପଟ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ଡନୀୟ ବାକ୍ୟ ପ୍ରକାଶ କର,
8ଯେପରି ବିପକ୍ଷ ଲୋକ, ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ।