ତୀତସ 3

ଆମ୍ଭମାନଙ୍କ ଲୋକମାନେ ମଧ୍ୟ ପ୍ରୟୋଜନୀୟ ଉପକାର ନିମନ୍ତେ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ଶିଖନ୍ତୁ, ଯେପରି ସେମାନେ ଫଳହୀନ ନ ହୁଅନ୍ତି।

Titus 3:14 (UKJV) And let our's also learn to maintain good works for necessary uses, that they be not unfruitful.

12ଯେତେବେଳେ ମୁଁ ତୁମ୍ଭ ନିକଟକୁ ଆର୍ତ୍ତେମା କିମ୍ବା ତୁଖିକକୁ ପଠାଇବି, ସେତେବେଳେ ନୀକପଲି ସହରରେ ମୋ ପାଖକୁ ଆସିବା ପାଇଁ ଉଦ୍ୟମ କର, କାରଣ ସେଠାରେ ଶୀତକାଳ କ୍ଷେପଣ କରିବାକୁ ମୁଁ ସ୍ଥିର କରିଅଛି।

13ବ୍ୟବସ୍ଥାଶାସ୍ତ୍ରଜ୍ଞ ଜୀନା ଓ ଆପଲ୍ଲଙ୍କୁ ଯତ୍ନ ପୂର୍ବକ ବାଟ ବଳାଇଦିଅ, ଯେପରି ସେମାନଙ୍କର କୌଣସି ଅଭାବ ନ ହୁଏ।

14ଆମ୍ଭମାନଙ୍କ ଲୋକମାନେ ମଧ୍ୟ ପ୍ରୟୋଜନୀୟ ଉପକାର ନିମନ୍ତେ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ଶିଖନ୍ତୁ, ଯେପରି ସେମାନେ ଫଳହୀନ ନ ହୁଅନ୍ତି।

15ମୋ ସଙ୍ଗରେ ଥିବା ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି। ବିଶ୍ୱାସ ସମ୍ବନ୍ଧରେ ଯେଉଁମାନେ ଆମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ନମସ୍କାର ଜଣାଅ। ତୁମ୍ଭ ସମସ୍ତଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.