ଯିଖରୀୟ 1

ତହିଁରେ ସଦାପ୍ରଭୁଙ୍କ ଦୂତ ଉତ୍ତର କରି କହିଲେ, ‘ହେ ସୈନ୍ୟାଧିପତି ସଦାପ୍ରଭୁ, ଏହି ସତୁରି ବର୍ଷସାରା ତୁମ୍ଭେ ଯେଉଁମାନଙ୍କ ଉପରେ ବିରକ୍ତ ହୋଇ ଆସିଅଛ, ସେହି ଯିରୂଶାଲମ ଓ ଯିହୁଦାର ନଗରସମୂହ ପ୍ରତି ଆଉ କେତେ ସମୟ ଦୟା କରିବ ନାହିଁ?’

Zechariah 1:12 (UKJV) Then the angel of the LORD answered and said, O LORD of hosts, how long will you not have mercy on Jerusalem and on the cities of Judah, against which you have had indignation these threescore and ten years?

10ଏଥିରେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ପୁରୁଷ ଉତ୍ତର କରି କହିଲେ, ‘ପୃଥିବୀରେ ଏଣେତେଣେ ଗମନାଗମନ କରିବା ପାଇଁ ସଦାପ୍ରଭୁ ଏମାନଙ୍କୁ ପଠାଇଅଛନ୍ତି।’

11ସେତେବେଳେ ସେମାନେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ସଦାପ୍ରଭୁଙ୍କ ଦୂତକୁ ଉତ୍ତର କରି କହିଲେ, ‘ଆମ୍ଭେମାନେ ପୃଥିବୀର ଏଣେତେଣେ ଗମନାଗମନ କରିଅଛୁ, ଆଉ ଦେଖ, ସମୁଦାୟ ପୃଥିବୀ ସୁସ୍ଥିର ହୋଇ ବସିଅଛି ଓ ବିଶ୍ରାମରେ ଅଛି।’

12ତହିଁରେ ସଦାପ୍ରଭୁଙ୍କ ଦୂତ ଉତ୍ତର କରି କହିଲେ, ‘ହେ ସୈନ୍ୟାଧିପତି ସଦାପ୍ରଭୁ, ଏହି ସତୁରି ବର୍ଷସାରା ତୁମ୍ଭେ ଯେଉଁମାନଙ୍କ ଉପରେ ବିରକ୍ତ ହୋଇ ଆସିଅଛ, ସେହି ଯିରୂଶାଲମ ଓ ଯିହୁଦାର ନଗରସମୂହ ପ୍ରତି ଆଉ କେତେ ସମୟ ଦୟା କରିବ ନାହିଁ?’

13ପୁଣି, ମୋʼ ସହିତ କଥା କହୁଥିବା ଦୂତକୁ ସଦାପ୍ରଭୁ ଉତ୍ତର କରି ମଙ୍ଗଳ କଥା ଓ ନାନା ସାନ୍ତ୍ୱନାଦାୟକ କଥା କହିଲେ।

14ତହିଁରେ ମୋʼ ସଙ୍ଗେ କଥା କହୁଥିବା ଦୂତ ମୋତେ କହିଲେ, ତୁମ୍ଭେ ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି ଆମ୍ଭେ ଯିରୂଶାଲମ ଓ ସିୟୋନ ପକ୍ଷରେ ମହା ଈର୍ଷାରେ ଈର୍ଷାନ୍ୱିତ ଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.