ଯିଖରୀୟ 1

ଆଉ, ଯେଉଁ ଗୋଷ୍ଠୀଗଣ ନିଶ୍ଚିନ୍ତରେ ଅଛନ୍ତି, ସେମାନଙ୍କ ପ୍ରତି ଆମ୍ଭେ ଅତ୍ୟନ୍ତ ବିରକ୍ତ ଅଟୁ; କାରଣ ଆମ୍ଭେ ଅଳ୍ପମାତ୍ର ବିରକ୍ତ ହୁଅନ୍ତେ, ସେମାନେ କ୍ଳେଶକୁ ବୃଦ୍ଧି କଲେ।

Zechariah 1:15 (UKJV) And I am very sore displeased with the heathen that are at ease: for I was but a little displeased, and they helped forward the affliction.

13ପୁଣି, ମୋʼ ସହିତ କଥା କହୁଥିବା ଦୂତକୁ ସଦାପ୍ରଭୁ ଉତ୍ତର କରି ମଙ୍ଗଳ କଥା ଓ ନାନା ସାନ୍ତ୍ୱନାଦାୟକ କଥା କହିଲେ।

14ତହିଁରେ ମୋʼ ସଙ୍ଗେ କଥା କହୁଥିବା ଦୂତ ମୋତେ କହିଲେ, ତୁମ୍ଭେ ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି ଆମ୍ଭେ ଯିରୂଶାଲମ ଓ ସିୟୋନ ପକ୍ଷରେ ମହା ଈର୍ଷାରେ ଈର୍ଷାନ୍ୱିତ ଅଛୁ।

15ଆଉ, ଯେଉଁ ଗୋଷ୍ଠୀଗଣ ନିଶ୍ଚିନ୍ତରେ ଅଛନ୍ତି, ସେମାନଙ୍କ ପ୍ରତି ଆମ୍ଭେ ଅତ୍ୟନ୍ତ ବିରକ୍ତ ଅଟୁ; କାରଣ ଆମ୍ଭେ ଅଳ୍ପମାତ୍ର ବିରକ୍ତ ହୁଅନ୍ତେ, ସେମାନେ କ୍ଳେଶକୁ ବୃଦ୍ଧି କଲେ।

16ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦୟା ସହିତ ଯିରୂଶାଲମ ପ୍ରତି ଫେରିବୁ; ତହିଁ ମଧ୍ୟରେ ଆମ୍ଭ ଗୃହ ନିର୍ମିତ ହେବ ଓ ଯିରୂଶାଲମ ସୂତା ଦ୍ୱାରା ମପା ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

17‘ଆହୁରି ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ସମୃଦ୍ଧି ହେତୁ ଆମ୍ଭର ନଗରସକଳ ଚତୁର୍ଦ୍ଦିଗରେ ପୁନର୍ବାର ବିସ୍ତୀର୍ଣ୍ଣ ହେବ; ସଦାପ୍ରଭୁ ପୁନର୍ବାର ସିୟୋନକୁ ସାନ୍ତ୍ୱନା କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.