17‘ଆହୁରି ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ସମୃଦ୍ଧି ହେତୁ ଆମ୍ଭର ନଗରସକଳ ଚତୁର୍ଦ୍ଦିଗରେ ପୁନର୍ବାର ବିସ୍ତୀର୍ଣ୍ଣ ହେବ; ସଦାପ୍ରଭୁ ପୁନର୍ବାର ସିୟୋନକୁ ସାନ୍ତ୍ୱନା କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।’”
18ଏଥିଉତ୍ତାରେ ମୁଁ ଚକ୍ଷୁ ଖୋଲି ଅନାଇଲି, ଆଉ ଚାରି ଶୃଙ୍ଗ ଦେଖିଲି।
19ତହିଁରେ ମୋʼ ସଙ୍ଗେ କଥା କହୁଥିବା ଦୂତଙ୍କୁ ମୁଁ କହିଲି, “ଏହିସବୁ କଅଣ?” ତହୁଁ ସେ ମୋତେ ଉତ୍ତର କଲେ, “ଏହିସବୁ ଶୃଙ୍ଗ ଯିହୁଦା, ଇସ୍ରାଏଲ ଓ ଯିରୂଶାଲମକୁ ଛିନ୍ନଭିନ୍ନ କରିଅଛନ୍ତି।”
20ପୁଣି, ସଦାପ୍ରଭୁ ମୋତେ ଚାରି ଜଣ କମାର ଦେଖାଇଲେ।
21ତେବେ ମୁଁ କହିଲି, “ଏମାନେ କଅଣ କରିବା ପାଇଁ ଆସିଅଛନ୍ତି?” ତହିଁରେ ସେ କହିଲେ, “ସେହି ଶୃଙ୍ଗସକଳ ଯିହୁଦାକୁ ଏପରି ଛିନ୍ନଭିନ୍ନ କଲେ ଯେ, କୌଣସି ମନୁଷ୍ୟ ଆପଣା ମସ୍ତକ ଉଠାଇ ପାରିଲା ନାହିଁ; ମାତ୍ର ଯେଉଁ ଗୋଷ୍ଠୀଗଣ ଯିହୁଦା ଦେଶକୁ ଛିନ୍ନଭିନ୍ନ କରିବା ପାଇଁ ତାହା ବିରୁଦ୍ଧରେ ଆପଣା ଆପଣା ଶୃଙ୍ଗ ଉଠାଇଲେ, ସେମାନଙ୍କୁ ଭୟ ଦେଖାଇବା ପାଇଁ ଓ ସେମାନଙ୍କର ଶୃଙ୍ଗ ଭାଙ୍ଗି ପକାଇବା ପାଇଁ ଏମାନେ ଆସିଅଛନ୍ତି।”