ଯିଖରୀୟ 1

ଏଥିପାଇଁ ତୁମ୍ଭେ ଏହି ଲୋକମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭ ପ୍ରତି ଫେର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Zechariah 1:3 (UKJV) Therefore say you unto them, Thus says the LORD of hosts; Turn all of you unto me, says the LORD of hosts, and I will turn unto you, says the LORD of hosts.

1ଦାରୀୟାବସର ରାଜତ୍ଵର ଦ୍ୱିତୀୟ ବର୍ଷର ଅଷ୍ଟମ ମାସରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

2“ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କ ପ୍ରତି ଅତିଶୟ ବିରକ୍ତ ହୋଇଥିଲେ।

3ଏଥିପାଇଁ ତୁମ୍ଭେ ଏହି ଲୋକମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭ ପ୍ରତି ଫେର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

4ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍‍ବକ୍ତାମାନେ ଉଚ୍ଚସ୍ୱରରେ କହିଲେ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର।’ ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ, ଏହା ସଦାପ୍ରଭୁ କହନ୍ତି।

5ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ଏମାନେ କେଉଁଠାରେ? ଓ ଭବିଷ୍ୟଦ୍‍ବକ୍ତାମାନେ, ଏମାନେ କି ଚିରକାଳ ବଞ୍ଚନ୍ତି?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.