ଯିଖରୀୟ 1

ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ଏମାନେ କେଉଁଠାରେ? ଓ ଭବିଷ୍ୟଦ୍‍ବକ୍ତାମାନେ, ଏମାନେ କି ଚିରକାଳ ବଞ୍ଚନ୍ତି?

Zechariah 1:5 (UKJV) Your fathers, where are they? and the prophets, do they live for ever?

3ଏଥିପାଇଁ ତୁମ୍ଭେ ଏହି ଲୋକମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭ ପ୍ରତି ଫେର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

4ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍‍ବକ୍ତାମାନେ ଉଚ୍ଚସ୍ୱରରେ କହିଲେ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର।’ ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ, ଏହା ସଦାପ୍ରଭୁ କହନ୍ତି।

5ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ଏମାନେ କେଉଁଠାରେ? ଓ ଭବିଷ୍ୟଦ୍‍ବକ୍ତାମାନେ, ଏମାନେ କି ଚିରକାଳ ବଞ୍ଚନ୍ତି?

6ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହି ସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ? ତେବେ ସେମାନେ ଫେରି କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”

7ଦାରୀୟାବସର ଦ୍ୱିତୀୟ ବର୍ଷ ଏଗାରତମ ମାସର, ଅର୍ଥାତ୍‍, ଶବାଟ ମାସର ଚବିଶତମ ଦିନରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.