ଯିଖରୀୟ 1

ଏଥିରେ ମୁଁ କହିଲି, ‘ହେ ମହାଶୟ, ଏସବୁ କଅଣ?’ ତହିଁରେ ମୋʼ ସଙ୍ଗରେ କଥା କହୁଥିବା ଦୂତ ମୋତେ କହିଲେ, ‘ଏସବୁ କଅଣ, ଏହା ଆମ୍ଭେ ତୁମ୍ଭଙ୍କୁ ଜଣାଇବା।’

Zechariah 1:9 (UKJV) Then said I, O my lord, what are these? And the angel that talked with me said unto me, I will show you what these be.

7ଦାରୀୟାବସର ଦ୍ୱିତୀୟ ବର୍ଷ ଏଗାରତମ ମାସର, ଅର୍ଥାତ୍‍, ଶବାଟ ମାସର ଚବିଶତମ ଦିନରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

8“ମୁଁ ରାତ୍ରିକାଳରେ ଦେଖିଲି, ଆଉ ଦେଖ, ରକ୍ତବର୍ଣ୍ଣ ଅଶ୍ୱାରୋହୀ ଏକ ପୁରୁଷ ଓ ସେ ନିମ୍ନ ଭୂମିସ୍ଥ ମେହେନ୍ଦି ବୃକ୍ଷମାନର ମଧ୍ୟରେ ଠିଆ ହେଲେ; ଆଉ, ତାଙ୍କ ପଛରେ ରକ୍ତବର୍ଣ୍ଣ, ପାଣ୍ଡୁରବର୍ଣ୍ଣ ଓ ଶୁକ୍ଳବର୍ଣ୍ଣ ଅଶ୍ୱଗଣ ଥିଲେ।

9ଏଥିରେ ମୁଁ କହିଲି, ‘ହେ ମହାଶୟ, ଏସବୁ କଅଣ?’ ତହିଁରେ ମୋʼ ସଙ୍ଗରେ କଥା କହୁଥିବା ଦୂତ ମୋତେ କହିଲେ, ‘ଏସବୁ କଅଣ, ଏହା ଆମ୍ଭେ ତୁମ୍ଭଙ୍କୁ ଜଣାଇବା।’

10ଏଥିରେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ପୁରୁଷ ଉତ୍ତର କରି କହିଲେ, ‘ପୃଥିବୀରେ ଏଣେତେଣେ ଗମନାଗମନ କରିବା ପାଇଁ ସଦାପ୍ରଭୁ ଏମାନଙ୍କୁ ପଠାଇଅଛନ୍ତି।’

11ସେତେବେଳେ ସେମାନେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ସଦାପ୍ରଭୁଙ୍କ ଦୂତକୁ ଉତ୍ତର କରି କହିଲେ, ‘ଆମ୍ଭେମାନେ ପୃଥିବୀର ଏଣେତେଣେ ଗମନାଗମନ କରିଅଛୁ, ଆଉ ଦେଖ, ସମୁଦାୟ ପୃଥିବୀ ସୁସ୍ଥିର ହୋଇ ବସିଅଛି ଓ ବିଶ୍ରାମରେ ଅଛି।’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.