ଯିଖରୀୟ 10

ତୁମ୍ଭେମାନେ ଶେଷ ବୃଷ୍ଟି ସମୟରେ ସଦାପ୍ରଭୁଙ୍କ ନିକଟରେ, ଅର୍ଥାତ୍‍, ଯେ ବିଜୁଳିର ସୃଷ୍ଟି କରନ୍ତି, ସେହି ସଦାପ୍ରଭୁଙ୍କ ନିକଟରେ ବୃଷ୍ଟି ମାଗ ତହିଁରେ ସେ ପ୍ରଚୁର ବୃଷ୍ଟି ଦେଇ ପ୍ରତ୍ୟେକ ଜଣଙ୍କ କ୍ଷେତ୍ରରେ ତୃଣ ଦେବେ।

Zechariah 10:1 (UKJV) Ask all of you of the LORD rain in the time of the latter rain; so the LORD shall make bright clouds, and give them showers of rain, to every one grass in the field.

1ତୁମ୍ଭେମାନେ ଶେଷ ବୃଷ୍ଟି ସମୟରେ ସଦାପ୍ରଭୁଙ୍କ ନିକଟରେ, ଅର୍ଥାତ୍‍, ଯେ ବିଜୁଳିର ସୃଷ୍ଟି କରନ୍ତି, ସେହି ସଦାପ୍ରଭୁଙ୍କ ନିକଟରେ ବୃଷ୍ଟି ମାଗ ତହିଁରେ ସେ ପ୍ରଚୁର ବୃଷ୍ଟି ଦେଇ ପ୍ରତ୍ୟେକ ଜଣଙ୍କ କ୍ଷେତ୍ରରେ ତୃଣ ଦେବେ।

2କାରଣ ଦେବାଦେବୀଗଣ ଅସାର କଥା କହିଅଛନ୍ତି ଓ ମନ୍ତ୍ରପାଠକମାନେ ମିଥ୍ୟା ଦର୍ଶନ ପାଇଅଛନ୍ତି ଓ ସେମାନେ ମିଥ୍ୟା ସ୍ୱପ୍ନର କଥା କହିଅଛନ୍ତି, ସେମାନେ ବୃଥାରେ ସାନ୍ତ୍ୱନା ଦିଅନ୍ତି; ଏଥିପାଇଁ ଲୋକମାନେ ମେଷଗଣ ପରି ଆପଣା ଆପଣା ପଥରେ ଗମନ କରନ୍ତି, ସେମାନେ କ୍ଳେଶଯୁକ୍ତ ଅଟନ୍ତି, କାରଣ ସେମାନଙ୍କର ପାଳକ କେହି ନାହାନ୍ତି।

3“ପାଳକମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି ଓ ଆମ୍ଭେ ଅଧ୍ୟକ୍ଷଗଣକୁ ଶାସ୍ତି ଦେବା; କାରଣ ସୈନ୍ୟାଧିପତି ସଦାପ୍ରଭୁ ଆପଣା ପଲ ଯିହୁଦା ବଂଶର ତତ୍ତ୍ୱାନୁସନ୍ଧାନ କରିଅଛନ୍ତି ଓ ସେମାନଙ୍କୁ ଆପଣାର ସୁନ୍ଦର ଯୁଦ୍ଧ-ଅଶ୍ୱ ତୁଲ୍ୟ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.