9ପୁଣି, ଆମ୍ଭେ ଯେବେ ଗୋଷ୍ଠୀଗଣ ମଧ୍ୟରେ ସେମାନଙ୍କୁ ବିଚ୍ଛିନ୍ନ କରିବା ତେବେ ସେମାନେ ନାନା ଦୂର ଦେଶରେ ଆମ୍ଭକୁ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣା ସନ୍ତାନଗଣର ସହିତ ଜୀବିତ ହୋଇ ରହିବେ ଓ ଫେରି ଆସିବେ।
10ଆହୁରି, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ପୁନର୍ବାର ଫେରାଇ ଆଣିବା ଓ ଅଶୂର ଦେଶରୁ ସେମାନଙ୍କୁ ସଂଗ୍ରହ କରିବା; ଆଉ, ଆମ୍ଭେ ସେମାନଙ୍କୁ ଗିଲୀୟଦ ଓ ଲିବାନୋନ ଦେଶକୁ ଆଣିବା ଯେପର୍ଯ୍ୟନ୍ତ ସେମାନଙ୍କ ନିମନ୍ତେ ସ୍ଥାନ ଅଣ୍ଟିବ ନାହିଁ।
11ପୁଣି, ସେ ଦୁଃଖରୂପ ସାଗର ପାରି ହେବେ ଓ ସମୁଦ୍ରର ତରଙ୍ଗ ସମୂହକୁ ପ୍ରହାର କରିବେ ଓ ନୀଳ ନଦୀର ଗଭୀର ସ୍ଥାନସକଳ ଶୁଷ୍କ ହେବ; ତହିଁରେ ଅଶୂରର ଗର୍ବ ଖର୍ବ ହେବ ଓ ମିସରର ରାଜଦଣ୍ଡ ଦୂରୀକୃତ ହେବ।
12ପୁଣି, ଆମ୍ଭେ ସଦାପ୍ରଭୁଙ୍କଠାରେ ସେମାନଙ୍କୁ ବଳବାନ କରିବା ଓ ସେମାନେ ତାହାଙ୍କ ନାମରେ ଗମନାଗମନ କରିବେ,” ଏହା ସଦାପ୍ରଭୁ କହନ୍ତି।