ଯିଖରୀୟ 10

ପୁଣି, ସେମାନେ ବୀରଗଣ ତୁଲ୍ୟ ହୋଇ ଯୁଦ୍ଧରେ ଆପଣାମାନଙ୍କର ଶତ୍ରୁଗଣକୁ ବାଟର କାଦୁଅରେ ଦଳି ପକାଇବେ ଓ ସେମାନେ ଯୁଦ୍ଧ କରିବେ, କାରଣ ସଦାପ୍ରଭୁ ସେମାନଙ୍କର ସହବର୍ତ୍ତୀ ଅଟନ୍ତି ଓ ଅଶ୍ୱାରୋହୀମାନେ ଲଜ୍ଜିତ ହେବେ।

Zechariah 10:5 (UKJV) And they shall be as mighty men, which tread down their enemies in the mire of the streets in the battle: and they shall fight, because the LORD is with them, and the riders on horses shall be confounded.

3“ପାଳକମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି ଓ ଆମ୍ଭେ ଅଧ୍ୟକ୍ଷଗଣକୁ ଶାସ୍ତି ଦେବା; କାରଣ ସୈନ୍ୟାଧିପତି ସଦାପ୍ରଭୁ ଆପଣା ପଲ ଯିହୁଦା ବଂଶର ତତ୍ତ୍ୱାନୁସନ୍ଧାନ କରିଅଛନ୍ତି ଓ ସେମାନଙ୍କୁ ଆପଣାର ସୁନ୍ଦର ଯୁଦ୍ଧ-ଅଶ୍ୱ ତୁଲ୍ୟ କରିବେ।

4ତାଙ୍କଠାରୁ କୋଣର ପ୍ରସ୍ତର, ତାଙ୍କଠାରୁ ପ୍ରେକ, ତାଙ୍କଠାରୁ ଯୁଦ୍ଧ-ଧନୁ, ତାଙ୍କଠାରୁ ପ୍ରତ୍ୟେକ ଶାସନକାରୀ ଏକତ୍ର ଉତ୍ପନ୍ନ ହେବେ।

5ପୁଣି, ସେମାନେ ବୀରଗଣ ତୁଲ୍ୟ ହୋଇ ଯୁଦ୍ଧରେ ଆପଣାମାନଙ୍କର ଶତ୍ରୁଗଣକୁ ବାଟର କାଦୁଅରେ ଦଳି ପକାଇବେ ଓ ସେମାନେ ଯୁଦ୍ଧ କରିବେ, କାରଣ ସଦାପ୍ରଭୁ ସେମାନଙ୍କର ସହବର୍ତ୍ତୀ ଅଟନ୍ତି ଓ ଅଶ୍ୱାରୋହୀମାନେ ଲଜ୍ଜିତ ହେବେ।

6ଆଉ, ଆମ୍ଭେ ଯିହୁଦା-ବଂଶକୁ ବଳବାନ କରିବା ଓ ଆମ୍ଭେ ଯୋଷେଫର ବଂଶକୁ ଉଦ୍ଧାର କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଆଣିବା, କାରଣ ସେମାନଙ୍କ ପ୍ରତି ଆମ୍ଭର ଦୟା ଅଛି; ଆଉ, ଆମ୍ଭ ଦ୍ୱାରା ପରିତ୍ୟକ୍ତ ନୋହିଲା ଲୋକର ତୁଲ୍ୟ ସେମାନେ ହେବେ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା।

7ପୁଣି, ଇଫ୍ରୟିମର ଲୋକମାନେ ବୀରପୁରୁଷ ପରି ହେବେ ଓ ଦ୍ରାକ୍ଷାରସରେ ଆନନ୍ଦ କଲା ପରି ସେମାନଙ୍କ ଅନ୍ତଃକରଣ ଆନନ୍ଦ କରିବ; ହଁ, ସେମାନଙ୍କର ସନ୍ତାନଗଣ ତାହା ଦେଖିବେ ଓ ଆନନ୍ଦ କରିବେ; ସେମାନଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ଉଲ୍ଲସିତ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.