7ପୁଣି, ଇଫ୍ରୟିମର ଲୋକମାନେ ବୀରପୁରୁଷ ପରି ହେବେ ଓ ଦ୍ରାକ୍ଷାରସରେ ଆନନ୍ଦ କଲା ପରି ସେମାନଙ୍କ ଅନ୍ତଃକରଣ ଆନନ୍ଦ କରିବ; ହଁ, ସେମାନଙ୍କର ସନ୍ତାନଗଣ ତାହା ଦେଖିବେ ଓ ଆନନ୍ଦ କରିବେ; ସେମାନଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ଉଲ୍ଲସିତ ହେବ।
8ଆମ୍ଭେ ସେମାନଙ୍କ ପାଇଁ ଶୀଷ୍ ଶବ୍ଦ କରି ସେମାନଙ୍କୁ ଏକତ୍ର କରିବା; କାରଣ ଆମ୍ଭେ ସେମାନଙ୍କୁ ମୁକ୍ତ କରିବା ଓ ସେମାନେ ଯେପରି ବହୁବଂଶ ହୋଇଥିଲେ, ସେପରି ବହୁବଂଶ ହେବେ।
9ପୁଣି, ଆମ୍ଭେ ଯେବେ ଗୋଷ୍ଠୀଗଣ ମଧ୍ୟରେ ସେମାନଙ୍କୁ ବିଚ୍ଛିନ୍ନ କରିବା ତେବେ ସେମାନେ ନାନା ଦୂର ଦେଶରେ ଆମ୍ଭକୁ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣା ସନ୍ତାନଗଣର ସହିତ ଜୀବିତ ହୋଇ ରହିବେ ଓ ଫେରି ଆସିବେ।
10ଆହୁରି, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ପୁନର୍ବାର ଫେରାଇ ଆଣିବା ଓ ଅଶୂର ଦେଶରୁ ସେମାନଙ୍କୁ ସଂଗ୍ରହ କରିବା; ଆଉ, ଆମ୍ଭେ ସେମାନଙ୍କୁ ଗିଲୀୟଦ ଓ ଲିବାନୋନ ଦେଶକୁ ଆଣିବା ଯେପର୍ଯ୍ୟନ୍ତ ସେମାନଙ୍କ ନିମନ୍ତେ ସ୍ଥାନ ଅଣ୍ଟିବ ନାହିଁ।
11ପୁଣି, ସେ ଦୁଃଖରୂପ ସାଗର ପାରି ହେବେ ଓ ସମୁଦ୍ରର ତରଙ୍ଗ ସମୂହକୁ ପ୍ରହାର କରିବେ ଓ ନୀଳ ନଦୀର ଗଭୀର ସ୍ଥାନସକଳ ଶୁଷ୍କ ହେବ; ତହିଁରେ ଅଶୂରର ଗର୍ବ ଖର୍ବ ହେବ ଓ ମିସରର ରାଜଦଣ୍ଡ ଦୂରୀକୃତ ହେବ।