ଯିଖରୀୟ 11

ହେ ଲିବାନୋନ, ତୁମ୍ଭର ଏରସ ବୃକ୍ଷ ସକଳକୁ ଅଗ୍ନି ଯେପରି ଗ୍ରାସ କରିବ, ଏଥିପାଇଁ ତୁମ୍ଭର କବାଟସବୁ ଖୋଲି ଦିଅ।

Zechariah 11:1 (UKJV) Open your doors, O Lebanon, that the fire may devour your cedars.

1ହେ ଲିବାନୋନ, ତୁମ୍ଭର ଏରସ ବୃକ୍ଷ ସକଳକୁ ଅଗ୍ନି ଯେପରି ଗ୍ରାସ କରିବ, ଏଥିପାଇଁ ତୁମ୍ଭର କବାଟସବୁ ଖୋଲି ଦିଅ।

2ହେ ଦେବଦାରୁ ବୃକ୍ଷ, ହାହାକାର କର, କାରଣ ଏରସ ବୃକ୍ଷ ପତିତ ହେଲା, ମନୋହର ବୃକ୍ଷସବୁ ନଷ୍ଟ ହେଲା; ହେ ବାଶନର ଅଲୋନ ବୃକ୍ଷସବୁ, ହାହାକାର କର, କାରଣ ଦୁର୍ଗମ ବନ ଭୂମିସାତ୍‍ ହେଲା।

3ମେଷପାଳକଗଣର ହାହାକାର ରବ! କାରଣ ସେମାନଙ୍କର ଗୌରବ ନଷ୍ଟ ହେଲା। ଯୁବା ସିଂହଗଣର ଗର୍ଜ୍ଜନ ରବ! କାରଣ ଯର୍ଦ୍ଦନର ଦର୍ପସ୍ଥାନ ନଷ୍ଟ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.