ଯିଖରୀୟ 11

କାରଣ ଦେଖ, ଆମ୍ଭେ ଦେଶ ମଧ୍ୟରେ ଏକ ପାଳକ ଉତ୍ପନ୍ନ କରାଇବା, ସେ ଉଚ୍ଛିନ୍ନ ଲୋକମାନଙ୍କର ତତ୍ତ୍ୱାବଧାନ କରିବ ନାହିଁ, କିଅବା, ଭଗ୍ନାଙ୍ଗମାନଙ୍କୁ ସୁସ୍ଥ କରିବ ନାହିଁ; ଅଥବା ସୁସ୍ଥମାନଙ୍କୁ ଚରାଇବ ନାହିଁ, ମାତ୍ର ସେ ହୃଷ୍ଟପୁଷ୍ଟ ମେଷଗଣର ମାଂସ ଭୋଜନ କରିବ ଓ ସେମାନଙ୍କର ଖୁରା ଖଣ୍ଡ ଖଣ୍ଡ କରି ବିଦୀର୍ଣ୍ଣ କରିବ।

Zechariah 11:16 (UKJV) For, lo, I will raise up a shepherd in the land, which shall not visit those that be cut off, neither shall seek the young one, nor heal that that is broken, nor feed that that stands still: but he shall eat the flesh of the fat, and tear their claws in pieces.

14ଏଉତ୍ତାରେ ମୁଁ ବନ୍ଧନୀ ନାମକ ମୋହର ଅନ୍ୟ ଯଷ୍ଟି ନେଇ ଯିହୁଦାର ଓ ଇସ୍ରାଏଲର ମଧ୍ୟରେ ଭ୍ରାତୃଭାବ ଭଗ୍ନ କରିବା ନିମନ୍ତେ ତାହା ଖଣ୍ଡ ଖଣ୍ଡ କରି କାଟିଲି।

15ଏଥିଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ପୁନର୍ବାର ଏକ ନିର୍ବୋଧ ମେଷପାଳକର ସଜ ନିଅ।

16କାରଣ ଦେଖ, ଆମ୍ଭେ ଦେଶ ମଧ୍ୟରେ ଏକ ପାଳକ ଉତ୍ପନ୍ନ କରାଇବା, ସେ ଉଚ୍ଛିନ୍ନ ଲୋକମାନଙ୍କର ତତ୍ତ୍ୱାବଧାନ କରିବ ନାହିଁ, କିଅବା, ଭଗ୍ନାଙ୍ଗମାନଙ୍କୁ ସୁସ୍ଥ କରିବ ନାହିଁ; ଅଥବା ସୁସ୍ଥମାନଙ୍କୁ ଚରାଇବ ନାହିଁ, ମାତ୍ର ସେ ହୃଷ୍ଟପୁଷ୍ଟ ମେଷଗଣର ମାଂସ ଭୋଜନ କରିବ ଓ ସେମାନଙ୍କର ଖୁରା ଖଣ୍ଡ ଖଣ୍ଡ କରି ବିଦୀର୍ଣ୍ଣ କରିବ।

17ଯେଉଁ ଅକର୍ମଣ୍ୟ ପାଳକ ପଲ ତ୍ୟାଗ କରେ, ସେ ସନ୍ତାପର ପାତ୍ର! ତାହାର ବାହୁରେ ଓ ଡାହାଣ ଚକ୍ଷୁରେ ଖଡ୍ଗ ପଡ଼ିବ; ତାହାର ବାହୁ ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହେବ ଓ ତାହାର ଡାହାଣ ଚକ୍ଷୁ ସମ୍ପୂର୍ଣ୍ଣ ଅନ୍ଧ ହେବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.