1ହେ ଲିବାନୋନ, ତୁମ୍ଭର ଏରସ ବୃକ୍ଷ ସକଳକୁ ଅଗ୍ନି ଯେପରି ଗ୍ରାସ କରିବ, ଏଥିପାଇଁ ତୁମ୍ଭର କବାଟସବୁ ଖୋଲି ଦିଅ।
2ହେ ଦେବଦାରୁ ବୃକ୍ଷ, ହାହାକାର କର, କାରଣ ଏରସ ବୃକ୍ଷ ପତିତ ହେଲା, ମନୋହର ବୃକ୍ଷସବୁ ନଷ୍ଟ ହେଲା; ହେ ବାଶନର ଅଲୋନ ବୃକ୍ଷସବୁ, ହାହାକାର କର, କାରଣ ଦୁର୍ଗମ ବନ ଭୂମିସାତ୍ ହେଲା।
3ମେଷପାଳକଗଣର ହାହାକାର ରବ! କାରଣ ସେମାନଙ୍କର ଗୌରବ ନଷ୍ଟ ହେଲା। ଯୁବା ସିଂହଗଣର ଗର୍ଜ୍ଜନ ରବ! କାରଣ ଯର୍ଦ୍ଦନର ଦର୍ପସ୍ଥାନ ନଷ୍ଟ ହେଲା।
4ସଦାପ୍ରଭୁ ମୋʼ ପରମେଶ୍ୱର ଏହି କଥା କହିଲେ, “ଏହି ବଧ ହେବାକୁ ଥିବା ପଲକୁ ଚରାଅ।
5ସେମାନଙ୍କୁ ଯେଉଁମାନେ କ୍ରୟ କରି ବଧ କରନ୍ତି ମାତ୍ର ଦଣ୍ଡ ପାଆନ୍ତି ନାହିଁ; ଆଉ, ଯେଉଁମାନେ ସେମାନଙ୍କୁ ବିକ୍ରୟ କରନ୍ତି, ସେମାନେ କହନ୍ତି, ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ମୁଁ ଧନୀ ହୋଇଅଛି ଓ ସେମାନଙ୍କର ନିଜ ପାଳକମାନେ ସେମାନଙ୍କୁ ଦୟା କରି ନାହାନ୍ତି।