ଯିଖରୀୟ 12

ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ପ୍ରତ୍ୟେକ ଅଶ୍ୱକୁ ଆତଙ୍କରେ ଓ ଆରୋହୀକୁ ପାଗଳାମିରେ ଆଘାତ କରିବା ଆଉ, ଆମ୍ଭେ ଯିହୁଦା ବଂଶ ପ୍ରତି ଆପଣା ଚକ୍ଷୁ ମେଲାଇ ଗୋଷ୍ଠୀଗଣର ପ୍ରତ୍ୟେକ ଅଶ୍ୱକୁ ଅନ୍ଧ କରିବା।

Zechariah 12:4 (UKJV) In that day, says the LORD, I will strike every horse with astonishment, and his rider with madness: and I will open mine eyes upon the house of Judah, and will strike every horse of the people with blindness.

2“ଦେଖ, ଆମ୍ଭେ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଗୋଷ୍ଠୀ ପ୍ରତି ଯିରୂଶାଲମକୁ ଟଳଟଳଜନକ ପାନପାତ୍ର ସ୍ୱରୂପ କରିବା ଓ ଯିରୂଶାଲମର ଅବରୋଧ ସମୟରେ ଯିହୁଦା ଉପରେ ମଧ୍ୟ ବର୍ତ୍ତିବ।

3ପୁଣି, ସେହି ଦିନ ଆମ୍ଭେ ଯିରୂଶାଲମକୁ ସମସ୍ତ ଗୋଷ୍ଠୀ ପ୍ରତି ଭାର ସ୍ୱରୂପ ପ୍ରସ୍ତର କରିବା; ଯେଉଁମାନେ ସେହି ପ୍ରସ୍ତର ଉଠାଇବା ପାଇଁ ଚେଷ୍ଟା କରନ୍ତି, ସେହି ସମସ୍ତେ ଅତ୍ୟନ୍ତ କ୍ଷତବିକ୍ଷତ ହେବେ ଓ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତାହା ବିରୁଦ୍ଧରେ ଏକତ୍ରିତ ହେବେ।

4ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ପ୍ରତ୍ୟେକ ଅଶ୍ୱକୁ ଆତଙ୍କରେ ଓ ଆରୋହୀକୁ ପାଗଳାମିରେ ଆଘାତ କରିବା ଆଉ, ଆମ୍ଭେ ଯିହୁଦା ବଂଶ ପ୍ରତି ଆପଣା ଚକ୍ଷୁ ମେଲାଇ ଗୋଷ୍ଠୀଗଣର ପ୍ରତ୍ୟେକ ଅଶ୍ୱକୁ ଅନ୍ଧ କରିବା।

5ପୁଣି, ଯିହୁଦାର ଅଧ୍ୟକ୍ଷଗଣ ଆପଣା ଆପଣା ମନରେ କହିବେ, ‘ଯିରୂଶାଲମର ନିବାସୀମାନେ ଆମର ବଳ ସ୍ୱରୂପ ଅଟନ୍ତି କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଅଟନ୍ତି।’

6ସେହି ଦିନ ଆମ୍ଭେ ଯିହୁଦାର ଅଧ୍ୟକ୍ଷଗଣକୁ କାଷ୍ଠ ମଧ୍ୟରେ ଅଗ୍ନିଧାରୀ ପାତ୍ର ସ୍ୱରୂପ ଓ ଶସ୍ୟବିଡ଼ା ମଧ୍ୟରେ ମଶାଲ ସ୍ୱରୂପ କରିବା ଆଉ, ସେମାନେ ଦକ୍ଷିଣ ଓ ବାମରେ ଚତୁଃପାର୍ଶ୍ଵସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ଗ୍ରାସ କରିବେ; ଆଉ, ଯିରୂଶାଲମ ପୁନର୍ବାର ସ୍ୱ ସ୍ଥାନରେ, ଅର୍ଥାତ୍‍, ଯିରୂଶାଲମରେ ବାସ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.