5ପୁଣି, ଯିହୁଦାର ଅଧ୍ୟକ୍ଷଗଣ ଆପଣା ଆପଣା ମନରେ କହିବେ, ‘ଯିରୂଶାଲମର ନିବାସୀମାନେ ଆମର ବଳ ସ୍ୱରୂପ ଅଟନ୍ତି କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଅଟନ୍ତି।’
6ସେହି ଦିନ ଆମ୍ଭେ ଯିହୁଦାର ଅଧ୍ୟକ୍ଷଗଣକୁ କାଷ୍ଠ ମଧ୍ୟରେ ଅଗ୍ନିଧାରୀ ପାତ୍ର ସ୍ୱରୂପ ଓ ଶସ୍ୟବିଡ଼ା ମଧ୍ୟରେ ମଶାଲ ସ୍ୱରୂପ କରିବା ଆଉ, ସେମାନେ ଦକ୍ଷିଣ ଓ ବାମରେ ଚତୁଃପାର୍ଶ୍ଵସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ଗ୍ରାସ କରିବେ; ଆଉ, ଯିରୂଶାଲମ ପୁନର୍ବାର ସ୍ୱ ସ୍ଥାନରେ, ଅର୍ଥାତ୍, ଯିରୂଶାଲମରେ ବାସ କରିବ।
7ଆହୁରି, ଦାଉଦ-ବଂଶର ଗୌରବ ଓ ଯିରୂଶାଲମ ନିବାସୀଗଣର ଗୌରବ ଯେପରି ଯିହୁଦା ବଂଶର ଉପରେ ଉନ୍ନତ ନ ହୁଏ, ଏଥିପାଇଁ ସଦାପ୍ରଭୁ ପ୍ରଥମରେ ଯିହୁଦାର ତମ୍ବୁସବୁକୁ ଉଦ୍ଧାର କରିବେ।
8ସେହି ଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେହି ଦିନ ସେ ଦାଉଦ ପରି ହେବ ଓ ଦାଉଦ ବଂଶ ପରମେଶ୍ୱରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ।
9ଆଉ, ଯେଉଁମାନେ ଯିରୂଶାଲମର ବିରୁଦ୍ଧରେ ଆସନ୍ତି, ସେହି ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସେହି ଦିନ ନଷ୍ଟ କରିବାକୁ ମନସ୍ଥ କରିବା।