1ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।
2ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ଦେଶରୁ ପ୍ରତିମାଗଣର ନାମ ଉଚ୍ଛିନ୍ନ କରିବା ଓ ସେମାନେ ଆଉ ସ୍ମରଣ କରାଯିବେ ନାହିଁ; ଆହୁରି, ଆମ୍ଭେ ଦେଶରୁ ଭବିଷ୍ୟଦ୍ବକ୍ତାଗଣଙ୍କୁ ଓ ଅଶୁଚିତାର ଆତ୍ମାକୁ ବାହାର କରିବା।
3ଆଉ, କେହି ଯଦି ପୁନର୍ବାର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ତେବେ ତାହାର ଜନ୍ମଦାତା ପିତା ଓ ମାତା ତାହାକୁ କହିବେ, ‘ତୁମ୍ଭେ ବଞ୍ଚିବ ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଅଛ;’ ଆଉ, ସେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ, ତାହାର ଜନ୍ମଦାତା ପିତା ଓ ମାତା ତାହାକୁ ଅସ୍ତ୍ରବିଦ୍ଧ କରିବେ।