ଯିଖରୀୟ 13

ଆଉ, କେହି ଯଦି ପୁନର୍ବାର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ, ତେବେ ତାହାର ଜନ୍ମଦାତା ପିତା ଓ ମାତା ତାହାକୁ କହିବେ, ‘ତୁମ୍ଭେ ବଞ୍ଚିବ ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଅଛ;’ ଆଉ, ସେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ, ତାହାର ଜନ୍ମଦାତା ପିତା ଓ ମାତା ତାହାକୁ ଅସ୍ତ୍ରବିଦ୍ଧ କରିବେ।

Zechariah 13:3 (UKJV) And it shall come to pass, that when any shall yet prophesy, then his father and his mother that brings forth him shall say unto him, You shall not live; for you speak lies in the name of the LORD: and his father and his mother that brings forth him shall thrust him through when he prophesies.

1ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।

2ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ଦେଶରୁ ପ୍ରତିମାଗଣର ନାମ ଉଚ୍ଛିନ୍ନ କରିବା ଓ ସେମାନେ ଆଉ ସ୍ମରଣ କରାଯିବେ ନାହିଁ; ଆହୁରି, ଆମ୍ଭେ ଦେଶରୁ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଓ ଅଶୁଚିତାର ଆତ୍ମାକୁ ବାହାର କରିବା।

3ଆଉ, କେହି ଯଦି ପୁନର୍ବାର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ, ତେବେ ତାହାର ଜନ୍ମଦାତା ପିତା ଓ ମାତା ତାହାକୁ କହିବେ, ‘ତୁମ୍ଭେ ବଞ୍ଚିବ ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଅଛ;’ ଆଉ, ସେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ, ତାହାର ଜନ୍ମଦାତା ପିତା ଓ ମାତା ତାହାକୁ ଅସ୍ତ୍ରବିଦ୍ଧ କରିବେ।

4ପୁଣି, ସେହି ଦିନ ଭବିଷ୍ୟଦ୍‍ବକ୍ତାଗଣ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ, ପ୍ରତ୍ୟେକେ ଆପଣା ଆପଣା ଦର୍ଶନ ବିଷୟରେ ଲଜ୍ଜିତ ହେବେ ଓ ପ୍ରତାରଣା କରିବା ପାଇଁ ସେମାନେ ଲୋମଶ ବସ୍ତ୍ର ପରିଧାନ କରିବେ ନାହିଁ।

5ମାତ୍ର ସେ କହିବ, ‘ମୁଁ ଭବିଷ୍ୟଦ୍‍ବକ୍ତା ନୁହେଁ, ମୁଁ କୃଷକ, କାରଣ ବାଲ୍ୟକାଳରୁ ମୁଁ କ୍ରୀତଦାସ ହୋଇଅଛି।’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.