4ପୁଣି, ସେହି ଦିନ ଭବିଷ୍ୟଦ୍ବକ୍ତାଗଣ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ, ପ୍ରତ୍ୟେକେ ଆପଣା ଆପଣା ଦର୍ଶନ ବିଷୟରେ ଲଜ୍ଜିତ ହେବେ ଓ ପ୍ରତାରଣା କରିବା ପାଇଁ ସେମାନେ ଲୋମଶ ବସ୍ତ୍ର ପରିଧାନ କରିବେ ନାହିଁ।
5ମାତ୍ର ସେ କହିବ, ‘ମୁଁ ଭବିଷ୍ୟଦ୍ବକ୍ତା ନୁହେଁ, ମୁଁ କୃଷକ, କାରଣ ବାଲ୍ୟକାଳରୁ ମୁଁ କ୍ରୀତଦାସ ହୋଇଅଛି।’
6ପୁଣି, ତୁମ୍ଭର ଦୁଇ ବାହୁ ମଧ୍ୟରେ ଏହି କ୍ଷତଦାଗସବୁ କଅଣ? ଏହା କେହି ତାହାକୁ ପଚାରିଲେ, ସେ ଉତ୍ତର କରିବ, ‘ମୁଁ ଆପଣା ବନ୍ଧୁମାନଙ୍କ ଗୃହରେ ଯେଉଁ ଆଘାତ ପାଇଥିଲି, ଏହିସବୁ ସେହି।’”
7“ହେ ଖଡ୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ପାଳକକୁ ଆଘାତ କର, ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।
8ପୁଣି, ସଦାପ୍ରଭୁ କହନ୍ତି, ସମୁଦାୟ ଦେଶର ଦୁଇ ଅଂଶ ଲୋକ ଉଚ୍ଛିନ୍ନ ହୋଇ ମରିବେ; ମାତ୍ର ତୃତୀୟାଂଶ ତହିଁ ମଧ୍ୟରେ ଛଡ଼ାଯିବେ।