ଯିଖରୀୟ 13

ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”

Zechariah 13:9 (UKJV) And I will bring the third part through the fire, and will refine them as silver is refined, and will try them as gold is tried: they shall call on my name, and I will hear them: I will say, It is my people: and they shall say, The LORD is my God.

7“ହେ ଖଡ୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ପାଳକକୁ ଆଘାତ କର, ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।

8ପୁଣି, ସଦାପ୍ରଭୁ କହନ୍ତି, ସମୁଦାୟ ଦେଶର ଦୁଇ ଅଂଶ ଲୋକ ଉଚ୍ଛିନ୍ନ ହୋଇ ମରିବେ; ମାତ୍ର ତୃତୀୟାଂଶ ତହିଁ ମଧ୍ୟରେ ଛଡ଼ାଯିବେ।

9ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.