10ଗେବାଠାରୁ ଯିରୂଶାଲମର ଦକ୍ଷିଣସ୍ଥ ରିମ୍ମୋନ୍ ପର୍ଯ୍ୟନ୍ତ ସମସ୍ତ ଦେଶ ଆରବା ତୁଲ୍ୟ ପରିବର୍ତ୍ତିତ ହେବ; ଆଉ, ନଗର ଉନ୍ନତ ହୋଇ ବିନ୍ୟାମୀନ୍ର ଦ୍ୱାରଠାରୁ ପ୍ରଥମ ଦ୍ୱାରର ସ୍ଥାନ, ଅର୍ଥାତ୍, କୋଣର ଦ୍ୱାର ପର୍ଯ୍ୟନ୍ତ ଓ ହନନେଲର ଦୁର୍ଗଠାରୁ ରାଜାର ଦ୍ରାକ୍ଷାଯନ୍ତ୍ର ପର୍ଯ୍ୟନ୍ତ ଆପଣା ସ୍ଥାନରେ ବାସ କରିବ।
11ପୁଣି, ମନୁଷ୍ୟମାନେ ତହିଁ ମଧ୍ୟରେ ବାସ କରିବେ, ପୁଣି ଅଭିଶାପ ଆଉ ରହିବ ନାହିଁ; ମାତ୍ର ଯିରୂଶାଲମ ନିରାପଦରେ ବାସ କରିବ।
12ଆଉ, ଯେଉଁ ସକଳ ଗୋଷ୍ଠୀ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିଅଛନ୍ତି, ସଦାପ୍ରଭୁ ସେମାନଙ୍କୁ ଯେଉଁ ମହାମାରୀରେ ଆଘାତ କରିବେ, ତାହା ଏହି; ସେମାନେ ଆପଣା ଆପଣା ଚରଣରେ ଠିଆ ହେବା ବେଳେ ସେମାନଙ୍କର ମାଂସ କ୍ଷୟ ପାଇବ ଓ ସେମାନଙ୍କର ଚକ୍ଷୁ ଆପଣା ଆପଣା କୋରଡ଼ରେ କ୍ଷୟ ପାଇବ ଓ ସେମାନଙ୍କ ମୁଖରେ ସେମାନଙ୍କର ଜିହ୍ୱା କ୍ଷୟ ପାଇବ।
13ପୁଣି, ସେହି ଦିନ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ଆଡ଼ରୁ ମହା କୋଳାହଳ ହେବ; ଆଉ, ସେମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରତିବାସୀର ହସ୍ତ ଧରିବେ ଓ ପ୍ରତ୍ୟେକର ହସ୍ତ ଆପଣା ଆପଣା ପ୍ରତିବାସୀର ହସ୍ତ ବିରୁଦ୍ଧରେ ଉଠିବ।
14ଯିହୁଦା ମଧ୍ୟ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିବ ଓ ଚତୁର୍ଦ୍ଦିଗସ୍ଥିତ ସବୁ ଗୋଷ୍ଠୀଙ୍କ ସମ୍ପତ୍ତି, ସୁନା, ରୂପା ଓ ବସ୍ତ୍ର ଅତିଶୟ ପ୍ରଚୁର ରୂପେ ସଞ୍ଚୟ କରାଯିବ।