ଯିଖରୀୟ 14

ପୁଣି, ପୃଥିବୀସ୍ଥ ସବୁ ଗୋଷ୍ଠୀ ମଧ୍ୟରୁ ଯେଉଁମାନେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଯିରୂଶାଲମକୁ ଆସିବେ ନାହିଁ, ସେମାନଙ୍କ ଉପରେ କିଛି ଜଳ ବୃଷ୍ଟି ହେବ ନାହିଁ।

Zechariah 14:17 (UKJV) And it shall be, that whoso will not come up of all the families of the earth unto Jerusalem to worship the King, the LORD of hosts, even upon them shall be no rain.

15ପୁଣି, ସେହି ସବୁ ଛାଉଣିରେ ଯେଉଁ ଅଶ୍ୱ, ଖଚର, ଓଟ ଓ ଗଧ ଓ ସବୁ ପ୍ରକାର ପଶୁ ଥିବେ, ସେମାନଙ୍କ ପ୍ରତି ଯେଉଁ ମହାମାରୀ ଘଟିବ, ତାହା ସେହି ମହାମାରୀ ପରି ହେବ।

16ଆଉ, ଯେଉଁ ଗୋଷ୍ଠୀସବୁ ଯିରୂଶାଲମ ବିରୁଦ୍ଧରେ ଆସିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଅବଶିଷ୍ଟ ରହିବେ, ସେ ପ୍ରତ୍ୟେକେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଓ ପତ୍ରକୁଟୀର ପର୍ବ ପାଳନ କରିବା ପାଇଁ ବର୍ଷକୁ ବର୍ଷ ଆସିବେ।

17ପୁଣି, ପୃଥିବୀସ୍ଥ ସବୁ ଗୋଷ୍ଠୀ ମଧ୍ୟରୁ ଯେଉଁମାନେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଯିରୂଶାଲମକୁ ଆସିବେ ନାହିଁ, ସେମାନଙ୍କ ଉପରେ କିଛି ଜଳ ବୃଷ୍ଟି ହେବ ନାହିଁ।

18ଆଉ, ମିସରର ଗୋଷ୍ଠୀ ଯଦି ନ ଆସେ, ତେବେ ସେମାନଙ୍କ ଉପରେ ଜଳ ବୃଷ୍ଟି ହେବ ନାହିଁ; ଯେଉଁ ଗୋଷ୍ଠୀଗଣ ପତ୍ରକୁଟୀର ପର୍ବ ପାଳନ କରିବା ପାଇଁ ଆସିବେ ନାହିଁ, ସେମାନଙ୍କୁ ସଦାପ୍ରଭୁ ମହାମାରୀରେ ଆଘାତ କରିବେ।

19ଏହା ମିସରର ଦଣ୍ଡ ହେବ ଓ ଯେଉଁସବୁ ଗୋଷ୍ଠୀ ପତ୍ରକୁଟୀର ପର୍ବ ପାଳନ କରିବାକୁ ଆସିବେ ନାହିଁ, ସେମାନଙ୍କ ପ୍ରତି ଏହି ଦଣ୍ଡ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.