ଯିଖରୀୟ 14

ସେହି ଦିନ ଅଶ୍ୱଗଣର ଘଣ୍ଟି ଏହି କଥା କହିବ, “ସଦାପ୍ରଭୁ ପବିତ୍ର” ଓ ସଦାପ୍ରଭୁଙ୍କ ଗୃହର ହାଣ୍ଡିସବୁ ଯଜ୍ଞବେଦି ସମ୍ମୁଖସ୍ଥ ପାତ୍ରସବୁର ପରି ହେବ।

Zechariah 14:20 (UKJV) In that day shall there be upon the bells of the horses, HOLINESS UNTO THE LORD; and the pots in the LORD's house shall be like the bowls before the altar.

18ଆଉ, ମିସରର ଗୋଷ୍ଠୀ ଯଦି ନ ଆସେ, ତେବେ ସେମାନଙ୍କ ଉପରେ ଜଳ ବୃଷ୍ଟି ହେବ ନାହିଁ; ଯେଉଁ ଗୋଷ୍ଠୀଗଣ ପତ୍ରକୁଟୀର ପର୍ବ ପାଳନ କରିବା ପାଇଁ ଆସିବେ ନାହିଁ, ସେମାନଙ୍କୁ ସଦାପ୍ରଭୁ ମହାମାରୀରେ ଆଘାତ କରିବେ।

19ଏହା ମିସରର ଦଣ୍ଡ ହେବ ଓ ଯେଉଁସବୁ ଗୋଷ୍ଠୀ ପତ୍ରକୁଟୀର ପର୍ବ ପାଳନ କରିବାକୁ ଆସିବେ ନାହିଁ, ସେମାନଙ୍କ ପ୍ରତି ଏହି ଦଣ୍ଡ ହେବ।

20ସେହି ଦିନ ଅଶ୍ୱଗଣର ଘଣ୍ଟି ଏହି କଥା କହିବ, “ସଦାପ୍ରଭୁ ପବିତ୍ର” ଓ ସଦାପ୍ରଭୁଙ୍କ ଗୃହର ହାଣ୍ଡିସବୁ ଯଜ୍ଞବେଦି ସମ୍ମୁଖସ୍ଥ ପାତ୍ରସବୁର ପରି ହେବ।

21ହଁ, ଯିରୂଶାଲମର ଓ ଯିହୁଦାର ହାଣ୍ଡିସବୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ଆଉ, ଯଜ୍ଞକାରୀ ସମସ୍ତେ ଆସି ସେହି ହାଣ୍ଡି ମଧ୍ୟରୁ ନେଇ ରୋଷେଇ କରିବେ ଓ ତହିଁରେ ପାକ କରିବେ; ପୁଣି, ସେହି ଦିନ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହରେ କିଣାନୀୟ କୌଣସି ଲୋକ ଆଉ ନ ଥିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.