ଯିଖରୀୟ 14

ସେତେବେଳେ ସଦାପ୍ରଭୁ ବାହାର ହେବେ ଓ ସଂଗ୍ରାମ ଦିନରେ ଯେପରି ଯୁଦ୍ଧ କଲେ, ସେହିପରି ସେହି ସବୁ ଗୋଷ୍ଠୀ ବିରୁଦ୍ଧରେ ଯୁଦ୍ଧ କରିବେ।

Zechariah 14:3 (UKJV) Then shall the LORD go forth, and fight against those nations, as when he fought in the day of battle.

1ଦେଖ, ସଦାପ୍ରଭୁଙ୍କର ଏକ ଦିନ ଆସୁଅଛି, ସେହି ସମୟରେ ତୁମ୍ଭ ସମ୍ପତ୍ତି ତୁମ୍ଭ ମଧ୍ୟରେ ବିଭକ୍ତ କରାଯିବ।

2କାରଣ ଯିରୂଶାଲମ ବିରୁଦ୍ଧରେ ସଂଗ୍ରାମ ପାଇଁ ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସଂଗ୍ରହ କରିବା; ପୁଣି, ନଗର ଶତ୍ରୁହସ୍ତଗତ ଓ ଗୃହସକଳ ଲୁଟିତ ହେବ ଓ ସ୍ତ୍ରୀମାନେ ବଳାତ୍କୃତ ହେବେ; ଆଉ, ନଗରର ଅର୍ଦ୍ଧେକ ଲୋକ ବନ୍ଦୀ ହୋଇଯିବେ ମାତ୍ର ଅବଶିଷ୍ଟ ଲୋକ ନଗରରୁ ଉଚ୍ଛିନ୍ନ ହେବେ ନାହିଁ।

3ସେତେବେଳେ ସଦାପ୍ରଭୁ ବାହାର ହେବେ ଓ ସଂଗ୍ରାମ ଦିନରେ ଯେପରି ଯୁଦ୍ଧ କଲେ, ସେହିପରି ସେହି ସବୁ ଗୋଷ୍ଠୀ ବିରୁଦ୍ଧରେ ଯୁଦ୍ଧ କରିବେ।

4ପୁଣି, ସେହି ଦିନ ପୂର୍ବ ଦିଗରେ ଯିରୂଶାଲମର ସମ୍ମୁଖସ୍ଥ ଜୈତୁନ ପର୍ବତରେ ତାହାଙ୍କର ଚରଣ ଥୁଆ ହେବ ଓ ଜୈତୁନ ପର୍ବତର ମଧ୍ୟଦେଶ ପୂର୍ବ ଓ ପଶ୍ଚିମ ଦିଗରେ ବିଦୀର୍ଣ୍ଣ ହୋଇ ଅତି ବୃହତ ଏକ ଉପତ୍ୟକା ହେବ; ଆଉ, ପର୍ବତର ଅର୍ଦ୍ଧେକ ଉତ୍ତର ଦିଗ ଆଡ଼େ ଓ ଅର୍ଦ୍ଧେକ ଦକ୍ଷିଣ ଦିଗ ଆଡ଼େ ଘୁଞ୍ଚିଯିବ।

5ଆଉ, ତୁମ୍ଭେମାନେ ଆମ୍ଭ ପର୍ବତଗଣର ଉପତ୍ୟକା ଦେଇ ପଳାୟନ କରିବ; କାରଣ ପର୍ବତଗଣର ଉପତ୍ୟକା ଆତ୍ସେଲ ପର୍ଯ୍ୟନ୍ତ ଯିବ; ହଁ, ତୁମ୍ଭେମାନେ ଯିହୁଦାର ରାଜା ଉଷୀୟର ସମୟରେ ଯେପରି ଭୂମିକମ୍ପର ଆଗରୁ ପଳାୟନ କଲେ, ସେପରି ପଳାୟନ କରିବ। ଆଉ, ସଦାପ୍ରଭୁ ମୋʼ ପରମେଶ୍ୱର ଆସିବେ ଓ ତାହାଙ୍କ ସଙ୍ଗେ ସବୁ ପବିତ୍ର ପ୍ରାଣୀମାନେ ଆସିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.