ଯିଖରୀୟ 14

ମାତ୍ର ତାହା ଗୋଟିଏ ଦିନ ହେବ, ତହିଁର ତତ୍ତ୍ୱ ସଦାପ୍ରଭୁଙ୍କୁ ଜଣା; ତାହା ଦିନ ନୁହେଁ କି ରାତ୍ରି ନୁହେଁ; ମାତ୍ର ସନ୍ଧ୍ୟାକାଳରେ ଦୀପ୍ତି ହେବ।

Zechariah 14:7 (UKJV) But it shall be one day which shall be known to the LORD, not day, nor night: but it shall come to pass, that at evening time it shall be light.

5ଆଉ, ତୁମ୍ଭେମାନେ ଆମ୍ଭ ପର୍ବତଗଣର ଉପତ୍ୟକା ଦେଇ ପଳାୟନ କରିବ; କାରଣ ପର୍ବତଗଣର ଉପତ୍ୟକା ଆତ୍ସେଲ ପର୍ଯ୍ୟନ୍ତ ଯିବ; ହଁ, ତୁମ୍ଭେମାନେ ଯିହୁଦାର ରାଜା ଉଷୀୟର ସମୟରେ ଯେପରି ଭୂମିକମ୍ପର ଆଗରୁ ପଳାୟନ କଲେ, ସେପରି ପଳାୟନ କରିବ। ଆଉ, ସଦାପ୍ରଭୁ ମୋʼ ପରମେଶ୍ୱର ଆସିବେ ଓ ତାହାଙ୍କ ସଙ୍ଗେ ସବୁ ପବିତ୍ର ପ୍ରାଣୀମାନେ ଆସିବେ।

6ପୁଣି, ସେହି ଦିନ ଏପରି ଘଟିବ ଯେ, ଦୀପ୍ତି, ଥଣ୍ଡା, ବା ବରଫ ହେବ ନାହିଁ।

7ମାତ୍ର ତାହା ଗୋଟିଏ ଦିନ ହେବ, ତହିଁର ତତ୍ତ୍ୱ ସଦାପ୍ରଭୁଙ୍କୁ ଜଣା; ତାହା ଦିନ ନୁହେଁ କି ରାତ୍ରି ନୁହେଁ; ମାତ୍ର ସନ୍ଧ୍ୟାକାଳରେ ଦୀପ୍ତି ହେବ।

8ପୁଣି, ସେହି ଦିନ ଯିରୂଶାଲମରୁ ଅମୃତ ଜଳ ନିର୍ଗତ ହେବ; ତହିଁର ଅର୍ଦ୍ଧେକ ପୂର୍ବ ସମୁଦ୍ର ଆଡ଼େ ଓ ଅର୍ଦ୍ଧେକ ପଶ୍ଚିମ ସମୁଦ୍ର ଆଡ଼େ ଯିବ; ଗ୍ରୀଷ୍ମକାଳରେ ଓ ଶୀତକାଳରେ ତାହା ରହିବ।

9ଆଉ, ସଦାପ୍ରଭୁ ସମୁଦାୟ ପୃଥିବୀ ଉପରେ ରାଜା ହେବେ; ସେହି ଦିନ ସଦାପ୍ରଭୁ ଅଦ୍ୱିତୀୟ ହେବେ ଓ ତାହାଙ୍କର ନାମ ଅଦ୍ୱିତୀୟ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.