1ଏଥିଉତ୍ତାରେ ମୁଁ ଚକ୍ଷୁ ମେଲି ଅନାଇଲି, ଆଉ ଦେଖ, ଆପଣା ହସ୍ତରେ ପରିମାପକ ରଜ୍ଜୁଧାରୀ ଏକ ପୁରୁଷକୁ ଦେଖିଲି।
2ତେବେ ମୁଁ କହିଲି, “ଆପଣ କେଉଁଠାକୁ ଯାଉଅଛନ୍ତି?” ତହୁଁ ସେ ମୋତେ କହିଲେ, “ଯିରୂଶାଲମକୁ ମାପିବା ପାଇଁ, ତହିଁର ଓସାର କେତେ ଓ ତହିଁର ଲମ୍ବା କେତେ, ଏହା ଦେଖିବା ପାଇଁ ଯାଉଅଛୁ।”
3ଆଉ ଦେଖ, ମୋʼ ସଙ୍ଗେ କଥା କହୁଥିବା ଦୂତ ବାହାର ହେଲେ ଓ ଆଉ ଜଣେ ଦୂତ ତାଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ବାହାରିଲେ,
4ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବା ଲୋକକୁ କୁହ ‘ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି ସ୍ଥାନ ହେବ।
5କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀର ସ୍ୱରୂପ ହେବା ଓ ଆମ୍ଭେ ସେମାନଙ୍କ ମଧ୍ୟରେ ମହିମା ସ୍ୱରୂପ ହେବା।’”