4ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବା ଲୋକକୁ କୁହ ‘ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି ସ୍ଥାନ ହେବ।
5କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀର ସ୍ୱରୂପ ହେବା ଓ ଆମ୍ଭେ ସେମାନଙ୍କ ମଧ୍ୟରେ ମହିମା ସ୍ୱରୂପ ହେବା।’”
6“ଆହେ, ଆହେ, ଉତ୍ତର ଦେଶରୁ ପଳାଅ, ଏହା ସଦାପ୍ରଭୁ କହନ୍ତି। କାରଣ ଆମ୍ଭେ ତୁମ୍ଭମାନଙ୍କୁ ଆକାଶର ଚତୁର୍ଦ୍ଦିଗ-ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ, ଏହା ସଦାପ୍ରଭୁ କହନ୍ତି।
7ହେ ବାବିଲର କନ୍ୟା ସହିତ ବାସକାରିଣୀ ସିୟୋନ, ତୁମ୍ଭେ ରକ୍ଷାର୍ଥେ ପଳାଅ।
8କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି ଯେଉଁ ଗୋଷ୍ଠୀଗଣ ତୁମ୍ଭମାନଙ୍କୁ ଲୁଟିଲେ, ସେମାନଙ୍କ ନିକଟକୁ ସେ ମୋତେ ସମାଦର କରି ପ୍ରେରଣ କରିଅଛନ୍ତି; କାରଣ ଯେଉଁ ଲୋକ ତୁମ୍ଭମାନଙ୍କୁ ସ୍ପର୍ଶ କରେ, ସେ ମୋʼ ର ଚକ୍ଷୁର ପିତୁଳାକୁ ସ୍ପର୍ଶ କରେ।