ଯିଖରୀୟ 2

ଦେଖ, ମୁଁ ସେମାନଙ୍କ ଉପରେ ଆପଣା ହସ୍ତ ହଲାଇବି, ତହିଁରେ ସେମାନେ ଆପଣା ସେବାକାରୀଗଣର ଲୁଟିତ ବସ୍ତୁ ସ୍ୱରୂପ ହେବେ ଆଉ, ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ।

Zechariah 2:9 (UKJV) For, behold, I will shake mine hand upon them, and they shall be a spoil to their servants: and all of you shall know that the LORD of hosts has sent me.

7ହେ ବାବିଲର କନ୍ୟା ସହିତ ବାସକାରିଣୀ ସିୟୋନ, ତୁମ୍ଭେ ରକ୍ଷାର୍ଥେ ପଳାଅ।

8କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି ଯେଉଁ ଗୋଷ୍ଠୀଗଣ ତୁମ୍ଭମାନଙ୍କୁ ଲୁଟିଲେ, ସେମାନଙ୍କ ନିକଟକୁ ସେ ମୋତେ ସମାଦର କରି ପ୍ରେରଣ କରିଅଛନ୍ତି; କାରଣ ଯେଉଁ ଲୋକ ତୁମ୍ଭମାନଙ୍କୁ ସ୍ପର୍ଶ କରେ, ସେ ମୋʼ ର ଚକ୍ଷୁର ପିତୁଳାକୁ ସ୍ପର୍ଶ କରେ।

9ଦେଖ, ମୁଁ ସେମାନଙ୍କ ଉପରେ ଆପଣା ହସ୍ତ ହଲାଇବି, ତହିଁରେ ସେମାନେ ଆପଣା ସେବାକାରୀଗଣର ଲୁଟିତ ବସ୍ତୁ ସ୍ୱରୂପ ହେବେ ଆଉ, ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ।

10ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଲାସ କର କାରଣ ଦେଖ, ଆମ୍ଭେ ଆସୁଅଛୁ ଓ ଆମ୍ଭେ ତୁମ୍ଭ ମଧ୍ୟରେ ବାସ କରିବା, ଏହା ସଦାପ୍ରଭୁ କହନ୍ତି।

11ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ, ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.