6ପୁଣି, ସଦାପ୍ରଭୁଙ୍କ ଦୂତ ଯିହୋଶୂୟଙ୍କୁ ଦୃଢ଼ ରୂପେ କହିଲେ,
7“ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି: ଯଦି ତୁମ୍ଭେ ଆମ୍ଭ ପଥରେ ଚାଲିବ ଓ ତୁମ୍ଭେ ଆମ୍ଭର ଆଜ୍ଞା ରକ୍ଷା କରିବ, ତେବେ ତୁମ୍ଭେ ମଧ୍ୟ ଆମ୍ଭ ଗୃହର ବିଚାର କରିବ ଓ ଆମ୍ଭ ପ୍ରାଙ୍ଗଣର ରକ୍ଷକ ହେବ, ଆଉ ନିକଟରେ ଠିଆ ହେବାର ଏହି ବ୍ୟକ୍ତିମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ପ୍ରବେଶର ଓ ପ୍ରସ୍ଥାନର ଅଧିକାର ଦେବା।
8ହେ ଯିହୋଶୂୟ ମହାଯାଜକ, ତୁମ୍ଭେ ଏବେ ଶୁଣ ଓ ତୁମ୍ଭ ସମ୍ମୁଖରେ ଉପବିଷ୍ଟ ତୁମ୍ଭର ସଙ୍ଗୀଗଣ ଶୁଣନ୍ତୁ! କାରଣ ସେମାନେ ଚିହ୍ନସ୍ୱରୂପ ଲୋକ ଅଟନ୍ତି; ଯେହେତୁ ଦେଖ, ଆମ୍ଭେ ଆପଣାର ଶାଖା ନାମକ ଦାସକୁ ଆଣିବା।
9କାରଣ, ଆମ୍ଭେ ଯିହୋଶୂୟ ସମ୍ମୁଖରେ ଯେଉଁ ପ୍ରସ୍ତର ସ୍ଥାପନ କରିଅଛୁ, ତାହା ଦେଖ! ଏକ ପ୍ରସ୍ତରର ଉପରେ ସାତ ପାର୍ଶ୍ୱ ଅଛି; ତହିଁର ମୁଦ୍ରାରେ ଆମ୍ଭେ ଖୋଦିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ଓ ଆମ୍ଭେ ଏକ ଦିନରେ ସେହି ଦେଶର ଅଧର୍ମ ଦୂର କରିବା।
10ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକୁ ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ତଳେ ବିଶ୍ରାମ ନେବା ପାଇଁ ନିମନ୍ତ୍ରଣ କରିବ।”