1ଏଉତ୍ତାରେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ସେ ଆସି ମୋତେ ନିଦ୍ରାରୁ ଉଠିଥିବା ମନୁଷ୍ୟ ପରି ଜଗାଇଲେ।
2ପୁଣି, ସେ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ଦେଖିଅଛି, ଆଉ ଦେଖ, ସମ୍ପୂର୍ଣ୍ଣ ସୁବର୍ଣ୍ଣମୟ ଏକ ଦୀପବୃକ୍ଷ, ତହିଁର ଉପରେ ତୈଳାଧାର ଓ ତହିଁ ଉପରେ ସାତ ପ୍ରଦୀପ ଅଛି ଓ ତହିଁର ଉପରି ଭାଗରେ ପ୍ରତ୍ୟେକ ପ୍ରଦୀପର ନିମନ୍ତେ ସାତୋଟି ନଳ ଅଛି।
3ଆଉ, ତହିଁର ନିକଟରେ ଦୁଇ ଜୀତବୃକ୍ଷ ଅଛି, ପୁଣି ଗୋଟିଏ ତୈଳାଧାରର ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଗୋଟିଏ ତହିଁର ବାମ ପାର୍ଶ୍ୱରେ।”