ଯିଖରୀୟ 4

କାରଣ କ୍ଷୁଦ୍ର କ୍ଷୁଦ୍ର ବିଷୟର ଦିନକୁ କିଏ ତୁଚ୍ଛଜ୍ଞାନ କରିଅଛି? ଯେଣୁ ସେମାନେ, ଅର୍ଥାତ୍‍, ସମୁଦାୟ ପୃଥିବୀର ଏଣେତେଣେ ପର୍ଯ୍ୟଟନକାରୀ ସଦାପ୍ରଭୁଙ୍କର ଏହି ସପ୍ତ ଚକ୍ଷୁ ଯିରୁବ୍ବାବିଲ୍‍ଙ୍କ ହସ୍ତରେ ଓଳମ ଦେଖି ଆନନ୍ଦ କରିବେ।”

Zechariah 4:10 (UKJV) For who has despised the day of small things? for they shall rejoice, and shall see the plummet in the hand of Zerubbabel with those seven; they are the eyes of the LORD, which run back and forth through the whole earth.

8ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,

9“ଯିରୁବ୍ବାବିଲ୍‍ଙ୍କ ହସ୍ତ ଏହି ଗୃହର ଭିତ୍ତିମୂଳ ସ୍ଥାପନ କରିଅଛି; ତାଙ୍କ ହସ୍ତ ମଧ୍ୟ ତାହା ସମାପ୍ତ କରିବ; ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।

10କାରଣ କ୍ଷୁଦ୍ର କ୍ଷୁଦ୍ର ବିଷୟର ଦିନକୁ କିଏ ତୁଚ୍ଛଜ୍ଞାନ କରିଅଛି? ଯେଣୁ ସେମାନେ, ଅର୍ଥାତ୍‍, ସମୁଦାୟ ପୃଥିବୀର ଏଣେତେଣେ ପର୍ଯ୍ୟଟନକାରୀ ସଦାପ୍ରଭୁଙ୍କର ଏହି ସପ୍ତ ଚକ୍ଷୁ ଯିରୁବ୍ବାବିଲ୍‍ଙ୍କ ହସ୍ତରେ ଓଳମ ଦେଖି ଆନନ୍ଦ କରିବେ।”

11ତେବେ ମୁଁ ଉତ୍ତର କରି ତାଙ୍କୁ କହିଲି, “ଦୀପବୃକ୍ଷର ଦକ୍ଷିଣ ପାର୍ଶ୍ୱରେ ଓ ତହିଁର ବାମ ପାର୍ଶ୍ୱରେ ସ୍ଥିତ ଏହି ଦୁଇ ଜୀତବୃକ୍ଷ କʼଣ?”

12ପୁଣି, ମୁଁ ଦ୍ୱିତୀୟ ଥର ତାଙ୍କୁ ଉତ୍ତର କରି କହିଲି, “ସୁବର୍ଣ୍ଣମୟ ଯେଉଁ ଦୁଇ ନଳ ଆପଣା ଆପଣା ମଧ୍ୟରୁ ସୁବର୍ଣ୍ଣମୟ ତୈଳ ନିର୍ଗତ କରେ, ତହିଁର ପାର୍ଶ୍ୱରେ ଜୀତବୃକ୍ଷର ଯେଉଁ ଦୁଇ ଶାଖା ଅଛି, ତାହା କʼଣ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.