10କାରଣ କ୍ଷୁଦ୍ର କ୍ଷୁଦ୍ର ବିଷୟର ଦିନକୁ କିଏ ତୁଚ୍ଛଜ୍ଞାନ କରିଅଛି? ଯେଣୁ ସେମାନେ, ଅର୍ଥାତ୍, ସମୁଦାୟ ପୃଥିବୀର ଏଣେତେଣେ ପର୍ଯ୍ୟଟନକାରୀ ସଦାପ୍ରଭୁଙ୍କର ଏହି ସପ୍ତ ଚକ୍ଷୁ ଯିରୁବ୍ବାବିଲ୍ଙ୍କ ହସ୍ତରେ ଓଳମ ଦେଖି ଆନନ୍ଦ କରିବେ।”
11ତେବେ ମୁଁ ଉତ୍ତର କରି ତାଙ୍କୁ କହିଲି, “ଦୀପବୃକ୍ଷର ଦକ୍ଷିଣ ପାର୍ଶ୍ୱରେ ଓ ତହିଁର ବାମ ପାର୍ଶ୍ୱରେ ସ୍ଥିତ ଏହି ଦୁଇ ଜୀତବୃକ୍ଷ କʼଣ?”
12ପୁଣି, ମୁଁ ଦ୍ୱିତୀୟ ଥର ତାଙ୍କୁ ଉତ୍ତର କରି କହିଲି, “ସୁବର୍ଣ୍ଣମୟ ଯେଉଁ ଦୁଇ ନଳ ଆପଣା ଆପଣା ମଧ୍ୟରୁ ସୁବର୍ଣ୍ଣମୟ ତୈଳ ନିର୍ଗତ କରେ, ତହିଁର ପାର୍ଶ୍ୱରେ ଜୀତବୃକ୍ଷର ଯେଉଁ ଦୁଇ ଶାଖା ଅଛି, ତାହା କʼଣ?”
13ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏସବୁ କଅଣ, ଏହା କି ତୁମ୍ଭେ ଜାଣ ନାହିଁ?” ତହୁଁ ମୁଁ କହିଲି, “ହେ ମହାଶୟ, ଜାଣେ ନାହିଁ।”
14ତେବେ ସେ କହିଲେ, “ଏମାନେ ସମୁଦାୟ ଭୂମଣ୍ଡଳର ପ୍ରଭୁଙ୍କ ଛାମୁରେ ଠିଆ ହେବାର ଦୁଇ ତୈଳ ପୁତ୍ର ଅଟନ୍ତି।”